ସ୍ବାସ୍ଥ୍ୟକେନ୍ଦ୍ରରେ ରହିଛି ମାଳମାଳ ସମସ୍ୟା, ସମାଧାନ ପାଇଁ ନିଆଗଲା ନିଷ୍ପତ୍ତି

ଦାରିଙ୍ଗବାଡ଼ି,୨୧ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ରୋଗୀ କଲ୍ୟାଣ ସମିତିର କାର୍ଯ୍ୟକାରିଣୀ ବୈଠକ ସମିତିର ଅଧ୍ୟକ୍ଷ ତଥା ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଥମେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ ବୈଠକରେ ଯୋଗଦେଇଥିବା ଅତିଥିଙ୍କୁ ଅଙ୍ଗବସ୍ତ୍ର ଓ ପୁଷ୍ପଗୁଛ ଦେଇ ସ୍ବାଗତ ଜଣାଇଥିଲେ। ଏଥିସହ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। ପରେ ବିପିଏମ୍‌ ଶାନ୍ତନୁ କୁମାର ସାହୁ ଗତ ୨୦୨୩ ଜୁଲାଇ ୨୩ରେ ଶେଷଥର ପାଇଁ ଏହି ବୈଠକ ହୋଇଥିଲା ଓ ସେହି ସମୟରେ ନିଆଯାଇଥିବା ନିଷ୍ପତ୍ତି ମଧ୍ୟରେ ଅନେକ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇଥିଲେ ମଧ୍ୟ ଏବେ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ ମାଳମାଳ ସମସ୍ୟା ରହିଛି। ସ୍ବାସ୍ଥ୍ୟକେନ୍ଦ୍ରକୁ ପୂର୍ବ ସରକାର ସମୟରେ ୫ଟି ଯୋଜନାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତର କରାଯାଇଛି କିନ୍ତୁ ଯେଉଁ ସବୁ ସ୍ବାସ୍ଥ୍ୟକେନ୍ଦ୍ରର କୋଠାଗୁଡ଼ିକ ରୂପାନ୍ତର ହୋଇଛି ତାହା ନିମ୍ନମାନର କାର୍ଯ୍ୟ ହୋଇଛି। ଯାହାକି ବର୍ଷାରେ କୋଠାଗୁଡ଼ିକରୁ ବର୍ଷା ପାଣି ଗଳୁଛି ଓ ସିଲିଂଗୁଡ଼ିକ ଖସି ପଡୁଥିବାବେଳେ କବାଟଗୁଡ଼ିକ ଅତି ନିମ୍ନମାନର ଯୋଗୁ ପୁନଃ ମରାମତିର ଆବଶ୍ୟକ ପଡୁଛି। ତାକୁ କିଭଳି ପୁନଃ ମରାମତି କରାଯିବ ଓ ସେଥିପାଇଁ ଅନୁଦାନ ସମ୍ପର୍କରେ ଆଲୋଚନା କରାଯାଇଛି।

ସେହିପରି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଗୋଷ୍ଠୀ ଶୌଚାଳୟ ରହିଛି। ତାକୁ ରକ୍ଷଣାବେକ୍ଷଣ କରିବା ପାଇଁ କର୍ମଚାରୀ ଅଭାବ ଯୋଗୁ ଶୌଚାଳୟରେ ତାଲା ଝୁଲୁଥିବା କୁହାଯାଇଥିଲା। ସେହିପରି ଓଭେରହେଡ଼ ଟ୍ୟାଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରକୁ ଜଳ ଯୋଗାଣ ବ୍ୟବସ୍ଥା ରହିଥିଲେ ମଧ୍ୟ ଉକ୍ତ ଟ୍ୟାଙ୍କଟି ଅଚଳ ଯୋଗୁ ଜଳ ସମସ୍ୟା ରହିଥିବା କୁହାଯାଇଥିଲା। ବିଦ୍ୟୁତ ବିଭ୍ରାଟ, ଜେନେନେଟର, ସୋଲାର ଆଲୁଅ ବ୍ୟବସ୍ଥା, ସିସି କ୍ୟାମେରା ମରାମତି ଭଳି ସମସ୍ୟାର ସମାଧାନ ପାଇଁ ଆଲୋଚନା ହୋଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରୋଗୀ କଲ୍ୟାଣ ସମିତିର ଉପାଧ୍ୟକ୍ଷ ତଥା ପଞ୍ଚାୟତ ସମିତିର ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ପ୍ରୀତିରଞ୍ଜନ ରଥ, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ଓ ଅନ୍ୟ ଅଧିକାରୀ ଏବଂ ସମିତିର ସଦସ୍ୟମାନେ ଉପସ୍ଥିତ ରହିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri