ଶିଶୁ ବୈଜ୍ଞାନିକଙ୍କୁ ଲୋକ ଲୋଚନକୁ ଆଣିବା ଲକ୍ଷ୍ୟରେ

ଭଞ୍ଜନଗର,୨୧।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ କାହ୍ନୁ ରାଉତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ଭଞ୍ଜନଗର ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ମେଳାକୁ ଭଞ୍ଜନଗର ଉପ ଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଶିଶୁ ବୈଜ୍ଞାନିକ ମାନଙ୍କୁ ଖୋଜି ବାହାର କରିବା ଲକ୍ଷ୍ୟ ନେଇ ଏହି ମେଳା ହେଉଛି। ଦେଶ ବିଜ୍ଞାନ କ୍ଷେତ୍ରରେ ବହୁ ଆଗକୁ ଯାଇଛି। ଏହିଭଳି ବିଜ୍ଞାନ ପ୍ରଦର୍ଶନୀ ମେଳା ଦ୍ୱାରା ଛାତ୍ରୀଛାତ୍ରଙ୍କ ବିଜ୍ଞାନ ପ୍ରତି ଆଗ୍ରହ ବଢିବ। ଛାତ୍ରୀ ଛାତ୍ରମାନେ ନୂଆଁନୂଆଁ ପ୍ରକଳ୍ପ ଉଦ୍ଭାବନ କରିବେ। ବୈଷୟିକ ଜ୍ଞାନ କୌଶଳର ବିକାଶ ମଧ୍ୟ ଘଟିବ ବୋଲି ଉତ୍ସବରେ ଯୋଗଦେଇ ବକ୍ତାମାନେ କହିଥିଲେ। ବିଡିିଓ ଭାରତୀ ଦେବୀ, ପୁର୍ବତନ ପ୍ରଧାନ ଶିକ୍ଷୟତ୍ରୀ ସବିତା ବେହେରା,ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମଦନ ମୋହନ ରଥ, ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ତତ୍ତଦର୍ଶନି ପ୍ରଧାନ,ଏବିଇଓ ସୂର୍ଯ୍ୟ ନାୟକ, ଗଜେନ୍ଦ୍ର ସେଠୀ, ଚରଣ ବେହେରା ସମ୍ମାନୀତ ଅତିଥି ଭାବେ ଯୋଗଦେଇ ବୈଜ୍ଞାନିକ ମନୋଭାବ ଉପରେ କହିଥିଲେ। ସଭାରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ଅଧ୍ୟକ୍ଷତା କରିଥିଲେ। ମେଳାରେ ୭୭ ଟି ବିଦ୍ୟାଳୟର ୧୩୨ ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ବିଚାରକ ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଗାମ୍ବର ପ୍ରଧାନ, ଅଧ୍ୟାପିକା ସ୍ମରଣିକା ପାଢ଼ୀ, ଅଧ୍ୟାପକ ବୁଧିନାଥ ବେହେରା,ବାସନ୍ତୀ ପାଣିଗ୍ରାହୀ ଯୋଗ ଦେଇଥିଲେ । ଶିକ୍ଷୟିତ୍ରୀ କଳ୍ପନା କୁମାରୀ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତି ଛାତ୍ରୀ ଛାତ୍ରଙ୍କୁ ପୁରସ୍କୃତ କରିଥିଲେ। ଏଥିସହ ବୁଦ୍ଧିମତା ଓ କୌଶଳ ଜ୍ଞାନର ବିକାଶ କୁ ଅଧିକ ଗୁରୁତ୍ୱ ଦେବାପାଇଁ କହିଥିଲେ। ଏଠାରୁ ଜିଲା ସ୍ତରୀୟ ପ୍ରତିଯୋଗୀତା ପାଇଁ ୩ ଟି ବର୍ଗରେ ୧୦ ଟି ପ୍ରକଳ୍ପ ଚୟନ ହୋଇଥିଲା। ଉତ୍ସବର ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରୀ ନନ୍ଦନ ହୋତା, ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଦିଲୀପ ସ୍ବାଇଁ, କେଦାର ନାଥ ସେଠୀ, ଅଯୋଧ୍ୟା ନାଥ ସାହୁ, ରାଜଲକ୍ଷ୍ମୀ ସେଠୀ, ଇନ୍ଦିରା ପ୍ରଭା ନାୟକ, ବୈଜୟନ୍ତୀ ମାଳା ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ, କର୍ମଚାରୀ ଏବଂ ବି ଏଡ ଛାତ୍ରୀ ଛାତ୍ର ମାନେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri