ଭୋଜିକୁ ଯାଇଥିଲେ ମା’ ବାପା: ନାବାଳିକଙ୍କୁ ଭୟଭୀତ କରି କରିଥିଲେ ବଳତ୍କାର: ରାୟ ପ୍ରକାଶ

ବ୍ରହ୍ମପୁର,୨୧ା୧୧(ସୁବାସ ଚନ୍ଦ୍ର ପାଢ଼ୀ):ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ସାକ୍ଷ୍ୟ ପ୍ରମାଣ ଆଧାରରେ ସେ ଆସିକା ଥାନା ଅଞ୍ଚଳର କ୍ରିଷ୍ଣା ନାଇକ (୨୭)ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ୧୧ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ପୀଡ଼ିତାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ଜଜ୍‌ ନିର୍ଦ୍ଦେଶ ଦେଇଛନ୍ତି।
୨୦୨୩ ମେ ୨୬ ତାରିଖରେ ଗାଁରେ ଏକ ବିବାହ ଭୋଜି ଚାଲିଥିଲା। ୧୩ ବର୍ଷୀୟା ନାବାଳିକାଙ୍କ ମା’ ବାପା ସେଠାକୁ ଯାଇଥିବା ବେଳେ ସେ ଘରେ ଏକାକୀ ଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ କ୍ରିଷ୍ଣା ନାବାଳିକାଙ୍କ ଘରେ ପଶି ଭୟଭୀତ କରି ବାରମ୍ବାର ବଳାତ୍କାର କରିଥିଲେ। ଏ ବିଷୟରେ କାହାରିକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ରାତି ଭୋଜି ଖାଇସାରି ପରିବାର ଲୋକ ଘରକୁ ଫେରିବାରେ ଝିଅ କାନ୍ଦୁଥିବା ଦେଖିଥିଲେ। ଏହାପରେ ଝିଅ ଅଚେତ ହୋଇଯିବାରୁ ତାଙ୍କୁ ଆସିକା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୁସ୍ଥ ହୋଇ ଘରକୁ ଫେରିବା ପରେ ତାଙ୍କ ବୟାନ ଅନୁଯାୟୀ ମା’ ଘଟଣା ସମ୍ପର୍କରେ ଆସିକା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୩୧୪/୨୩ରେ ମାମଲା ରୁଜୁ କରି ଘଟଣା ପରଠୁ ଫେରାର ଥିବା ଅଭିଯୁକ୍ତ କ୍ରିଷ୍ଣାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ମାମଲାର ବିଚାର ବେଳେ ୧୪ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସାକ୍ଷୀଙ୍କ ବୟାନ ଓ ଚାର୍ଜଶିଟ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri