ଧାନ ଅମଳ ପୂର୍ବରୁ ସକ୍ରିୟ ଦଲାଲ: ଗାଁରେ ମାରୁଛନ୍ତି ଚକର

ବେହେରା,୨୧ା୧୧(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଞ୍ଚଳରେ ମଣ୍ଡି ଆରମ୍ଭ ପୂର୍ବରୁ ଛତିଶଗଡ଼କୁ ଧାନ ଚୋରାଚାଲାଣ ହେଉଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଅଞ୍ଚଳରେ ଧାନ ଅମଳ ପ୍ରକ୍ରିୟା ଆରମ୍ଭ ହୋଇଛି। ଜମିରେ ପ୍ରାୟ ୫୦ ପ୍ରତିଶତ ଧାନ ପାଚି ସାରିଥିବା ବେଳେ ଚାଷୀମାନେ ଧାନ କାଟିବା ଆରମ୍ଭ କରିଛନ୍ତି। ତେବେ ଏହାକୁ ଆଖିଆଗରେ ରଖି ଅଞ୍ଚଳରେ ଦଲାଲ ସକ୍ରିୟ ହୋଇପଡ଼ିଲେଣି।

ସେମାନେ ଗାଁ ଗାଁ ବୁଲି ସିଧାସଳଖ ଚାଷୀଙ୍କ ନିକଟରେ ପହଞ୍ଚି ଯାଉଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ହୋଇଥିବା ବେଳେ ଛତିଶଗଡ଼ର ଧାନ ବେପାରୀଙ୍କ ପାଇଁ କାମ କରୁଥିବା ଆଲୋଚନା ହେଉଛି। ଚାଷୀଙ୍କ କହିବାନୁସାରେ ଦଲାଲମାନେ ସେମାନଙ୍କ ପାଖରେ ପହଞ୍ଚି ଧାନ କୁଇଣ୍ଟାଲ ୧୪୦୦ରୁ ୧୮୦୦ ଟଙ୍କା ଦେବାକୁ କହୁଛନ୍ତି। ନୂଆ ସରକାର ଚାଷୀ ପ୍ରତି ଅଧିକ ଗୁରୁତ୍ୱ ଦେଉଥିବା ସତ୍ତ୍ବେ ଛତିଶଗଡ଼ର ବେପାରୀ ଓ ଦଲାଲ କିଭଳି ଗାଁରେ ବୁଲୁଛନ୍ତି ସେ ନେଇ ଚାଷୀମାନେ ପ୍ରଶ୍ନ ଉଠାଇଛନ୍ତି। ଏପରି କି ଅନେକ ସ୍ଥାନରେ ଧାନ ନେବାକୁ ଆସିଥିବା ଛତିଶଗଡ଼ର ଚାରିଚକିଆ ଗାଡ଼ି ବୁଲୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।

ପ୍ରଶାସନ ବେଳ ଥାଉ ପଦକ୍ଷେପ ନ ନେଲେ ଆଗକୁ ଚାଷୀ ଅଭାବୀ ବିକ୍ରିର ସମ୍ମୁଖୀନ ହେବା ଆଶଙ୍କା ପ୍ରକାଶ ପାଇଛି। ବିଶେଷକରି ଧର୍ମଗଡ଼ ଓ କୋକସରା ବ୍ଲକ୍‌ର ଦଣ୍ଡପାଟ ଅଞ୍ଚଳରେ ଏହି ଚୋରାଚାଲାଣ ବହୁଳ ମାତ୍ରାରେ ହୋଇଥାଏ। ତେଣୁ ଛତିଶଗଡ଼ ସୀମାନ୍ତ ଧଅଁରପୁର, ପାଇକପଡ଼ା, ବେହେରାଗୁଡ଼ା, ହାତୀପଖାନ, କଦଳୀମୁଣ୍ଡା, ସେମେଲା, ପର୍ଲା ରାସ୍ତାରେ ଚେକ୍‌ ଗେଟ୍‌ ସ୍ଥାପନ କରି ପୋଲିସ ଓ ପ୍ରଶାସନିକ ଅଧିକାରୀ ନିୟୋଜିତ କରାଯିବାକୁ ସାଧାରଣରେ ଦାବି ହୋଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri