ବାଇକରେ ଗଞ୍ଜେଇ ଚୋରାଚାଲାଣ କରୁଥିଲେ, ମାଡ଼ିବସିଲା ଅବକାରୀ ବିଭାଗ, ଜେଲ ଗଲେ…

ଦିଗପହଣ୍ଡି, ୨୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ମୂଖ୍ୟ ରାସ୍ତାର କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଜଣେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକଙ୍କୁ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଗିରଫ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଗଜପତି ଜିଲା ମୋହନା ଥାନା ପାନାଗୁଡା ଗ୍ରାମର ରାଜୁ ବୀର। ସେ ଏକ ହିରୋ ସ୍ପ୍ଲେଣ୍ଡର ବାଇକ ନଂ. (ଓଡି୨୦ ବି ୫୫୬୬) ଯୋଗେ ମୋହନା ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ସୂଚନା ପାଇ ଚିକିଟି ରେଞ୍ଜ ଅବକାରୀ ଇନ୍ସପେକ୍ଟରଙ୍କ ଉପସ୍ଥିତିରେ ଅବକାରୀ ଏଏସ୍‌ଆଇ ଏନ୍‌. ତ୍ରିପତି, କନେଷ୍ଟବଳ ପ୍ରଫୁଲ୍ଲ କୁମାର ବେହେରା, ବଳରାମ ପାତ୍ର, ରାଜେଶ ଜେନା, ସେକ ରାଜେଶ ଉଦ୍ଦିନ, ପୃଥୱୀରାଜ ସ୍ବାଇଁ , ଆଲଫଲତା ସାହୁ ତାଙ୍କୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ବାଇକରୁ ୨୪ କେଜି ଗଞ୍ଜେଇ ବାହାରିବା ପରେ ବାଇକ ଏବଂ ଗଞ୍ଜେଇ ସହ ଏକ ମୋବାଇଲ ଫୋନକୁ ମଧ୍ୟ ଜବତ କରାଯାଇଥିଲା । ପରେ ଅଭିଯୁକ୍ତକୁ ଗିରଫ କରାଯାଇ ଅବକାରୀ ମାମଲା ନଂ.୬୬/୨୫-୨୬ ଅନୁଯାୟୀ ବ୍ରହ୍ମପୁର ସ୍ଥିତ ଜିଲା ଜଜ କୋର୍ଟକୁ ଚାଲାଣ କରାଯାଇଥିବା ବେଳେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି। ଚଢ଼ାଉ ସମୟରେ ଏଏସ୍‌ଆଇ ଏନ୍‌. ତ୍ରିପତି, କର୍ମଚାରୀ ପ୍ରଫୁଲ୍ଲ କୁମାର ବେହେରା, ବଳରାମ ପାତ୍ର, ରାଜେଶ ଜେନା, ସେକ୍‌ ରାଜେଶ ଉଦ୍ଦିଷ୍ଟ, ପୃଥ୍ବୀରାଜ ସ୍ବାଇଁ ପ୍ରମୁଖ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri