ଓଡ଼ିଶାରେ ଧର୍ମେନ୍ଦ୍ର: ନୂଆପଡ଼ା ନିର୍ବାଚନକୁ ନେଇ କହିଦେଲେ ଏମିତି କଥା

ଭୁବନେଶ୍ୱର, ୨୨ା୧୧(ସୁନିତ୍‌ ମିଶ୍ର):ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ମେଣ୍ଟର ଐତିହାସିକ ବିଜୟ ପରେ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରର ବିମାନବନ୍ଦରରେ ଉଚ୍ଛ୍ବସ୍ବିତ ଓ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ହଜାର ହଜାର ଜନସାଧାରଣ, ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ସମର୍ଥକମାନେ ତାଙ୍କୁ ସ୍ବାଗତ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଧର୍ମେନ୍ଦ୍ର କହିଛନ୍ତି, ବିହାରରେ ଏନ୍‌ଡିଏ ମେଣ୍ଟର ଅଭୂତପୂର୍ବ ବିଜୟ ପାଇଁ ସେଠାର ଜନସାଧାରଣଙ୍କୁ ଧନ୍ୟବାଦ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସାଙ୍ଗଠନିକ ଦକ୍ଷତା, ବିହାରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱ ପାଇଁ ଜନସାଧାରଣ ତାଙ୍କୁ ପୁଣିଥରେ ଆଶୀର୍ବାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ପୂର୍ବ ଭାରତର ବିକାଶ ପାଇଁ ପୂର୍ବୋଦୟର କଳ୍ପନା କରିଛନ୍ତି। କାରଣ ପୂର୍ବ ଭାରତର ବିକାଶ ନ ହେଲେ ଭାରତର ବିକାଶ ହେବନାହିଁ। ବିହାରରେ ପୁଣି ଥରେ ଏନ୍‌ଡିଏ ସରକାର କରି ସେବା କରିବା ଲାଗି ସୁଯୋଗ ପାଇବା ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱକୁ ବଡ଼ ସ୍ବୀକୃତି। ବର୍ତ୍ତମାନ ଦେଶରେ ଏକ କଲ୍ୟାଣକାରୀ ଶାସନ ପ୍ରଣାଳୀ ଚଲାଇଥିବାରୁ ପ୍ରଧାନମନ୍ତ୍ରୀ ଲୋକଙ୍କର ଆସ୍ଥାଭାଜନ ହୋଇପାରିଛନ୍ତି। କଂଗ୍ରେସର ଦେଶକୁ ବିଭାଜନ କରିବାର ଯେଉଁ ନକାରାତ୍ମକ ରାଜନୀତି ଅଛି, ଏହାକୁ ଲୋକମାନେ ପ୍ରତ୍ୟାଖ୍ୟାନ କରିଛନ୍ତି। ଅପରପକ୍ଷରେ ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ବହୁତ ବଡ ବ୍ୟବଧାନରେ ବିଜୟ ହୋଇଥିବାରୁ ସେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଓଡ଼ିଶାର ପାରମ୍ପରିକ ନୃତ୍ୟ ଓ ସଙ୍ଗୀତର ଏକ ରଙ୍ଗିନ ପରିବେଶ ସୃଷ୍ଟି ହୋଇଥିଲା। କଳାକାରମାନେ ପାରମ୍ପରିକ ପୋଷାକରେ ସଜ୍ଜିତହୋଇ ଘଣ୍ଟ, ଶଙ୍ଖ ଓ ମୃଦଙ୍ଗର ତାଳେ ତାଳେ ନୃତ୍ୟ ପ୍ରଦର୍ଶନ କରି କେନ୍ଦ୍ରମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ଫୁଲମାଳ, ଉଲ୍ଲାସପୂର୍ଣ୍ଣ ଜୟଧ୍ୱନି ଏବଂ ପଟୁଆରରେ ବିମାନବନ୍ଦର ଅଞ୍ଚଳ ଦୁଲୁକି ଉଠିଥିଲା। ଏହା ବ୍ୟତୀତ ଧର୍ମେନ୍ଦ୍ର ବିମାନବନ୍ଦରରୁ ସିଧାସଳଖ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନକରିବା ସହ ଆଶୀର୍ବାଦ ନେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri