ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୧(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଶନିବାର ସେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଆଲୋଚନା କରିଥିବା ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି। ଏଥିସହ ସେ ଉଲ୍ଲେଖ କରିଛନ୍ତି, ନଡ୍ଡାଙ୍କ ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶନ ତାଙ୍କୁ ଅଧିକ ଉତ୍ସାହରେ କାର୍ଯ୍ୟକରିବା ପାଇଁ ପ୍ରେରଣା ଯୋଗାଇବ।
ଏହାପରେ ସେ ସ୍ଥାନୀୟ ଭାରତ ମଣ୍ଡପମ୍‌ କମ୍ପ୍ଲେକ୍ସଠାରେ ଆୟୋଜିତ ଓଡ଼ିଶା ଷ୍ଟେଟ୍‌ ଡେ’ ସେଲିବ୍ରେଶନ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି, ଭାଜପା ସରକାରର ଲକ୍ଷ୍ୟ ହେଉଛି ଟ୍ରାନ୍ସଫର୍ମେସନାଲ ଗ୍ରୋଥ୍‌। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ସମୃଦ୍ଧ ଓଡ଼ିଶାର ସ୍ବପ୍ନକୁ ସାକାର କରିବା ପାଇଁ ଉଦ୍ୟମ କରୁଛି। ଗତ ଦେଢବର୍ଷ ମଧ୍ୟରେ ଓଡ଼ିଶାରେ ଶିକ୍ଷା, ସ୍ବାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ଭିତ୍ତିଭୂମି କ୍ଷେତ୍ରରେ ଭିଜନ୍‌ ୨୦୩୬କୁ ଲକ୍ଷ୍ୟ କରି ୧୫ ହଜାର କି.ମି. ବିଶ୍ୱସ୍ତରୀୟ ସଡ଼କ, ବାହୁଦା ଓ କେନ୍ଦ୍ରାପଡ଼ାଠାରେ ନୂତନ ବନ୍ଦର ଏବଂ ପୁରୀରେ ଅନ୍ତର୍ଜାତୀୟ ଏୟାରପୋର୍ଟ ପ୍ରତିଷ୍ଠା ଭଳି ବୃହତ୍‌ ପ୍ରକଳ୍ପ ଆରମ୍ଭ କରାଯାଇଛି। ଶିଳ୍ପ କ୍ଷେତ୍ରରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ସୁଯୋଗ ସୃଷ୍ଟି କରାଯାଇଛି। ଭୁବନେଶ୍ୱରକୁ ପୂର୍ବ ଭାରତର କେନ୍ଦ୍ରସ୍ଥଳ ଭାବେ ବିକଶିତ କରିବା ପାଇଁ ଏକ ସ୍ବତନ୍ତ୍ର ଗ୍ରାଣ୍ଡ ପ୍ଲାନ୍‌ ରହିଛି। ମୋଟାମୋଟି ଭାବେ ଓଡ଼ିଶା ମଣ୍ଡପଠାରେ ଓଡ଼ିଶାର କଳା, ସଂସ୍କୃତି, ବାଣିଜ୍ୟ ଓ ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧିର ଏକ ଭବ୍ୟ ପ୍ରଦର୍ଶନ କରିଛି। ସମସ୍ତଙ୍କୁ ଏହି ବିକାଶ ଯାତ୍ରାରେ ସାମିଲହେବାକୁ ସେ ଅନୁରୋଧ କରିଛନ୍ତି। ଏହି ଅବସରରେ ସେ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାରରେ ଓଡ଼ିଶା ମଣ୍ଡପ ବୁଲି ଦେଖିଛନ୍ତି। ଏଥିସହ ସେ କହିଛନ୍ତି, ଏଥର ଓଡ଼ିଶା ମଣ୍ଡପ ବାସ୍ତବରେ ଅତ୍ୟନ୍ତ ସୁଦୃଶ୍ୟ ଓ ଭବ୍ୟ ଭାବରେ ପ୍ରସ୍ତୁତ କରାଯାଇଛି। ଯାହା ଶ୍ରୀମନ୍ଦିର, ପଟ୍ଟଚିତ୍ର ଓ କଳିଙ୍ଗର ନୌବାଣିଜ୍ୟ ପରମ୍ପରା ମାଧ୍ୟମରେ ଆମ କଳା, ଏତିହ୍ୟ ଓ ସଂସ୍କୃତିକୁ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ଆକର୍ଷଣୀୟ ଭାବେ ଉପସ୍ଥାପନ କରିଛି। ମଣ୍ଡପରେ ବିଭିନ୍ନ ଷ୍ଟଲ ଖୋଲାଯାଇଛି, ଯେଉଁଠି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଓ ବୁଣାକାରମାନଙ୍କ ହସ୍ତତନ୍ତ ବସ୍ତ୍ର, ହସ୍ତଶିଳ୍ପ ସାମଗ୍ରୀ, ପ୍ରସ୍ତର ମୂର୍ତ୍ତିକଳା ଏବଂ ଶ୍ରୀଅନ୍ନ ପ୍ରସ୍ତୁତ ଖାଦ୍ୟଦ୍ରବ୍ୟ ଉପଲବ୍ଧ ହେଉଛି। ସୂଚନାଯୋଗ୍ୟ, ରବିବାର ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରି ଆସିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri