ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା ବଡ଼କନ୍ତକୁଳ ପଞ୍ଚାୟତ ନୂଆକ୍ଷେତା-ନୂଆରାଇଗୁଡ଼ା ରାସ୍ତାର ଧାନମଞ୍ଚା ପାଖରେ ଘଟିଛି ଏହି ହତ୍ୟାକାଣ୍ଡ। ମୃତକ ହେଲେ ନୂଆକ୍ଷେତା ଗାଁର ପ୍ରମୋଦ ସାହୁଙ୍କ ପୁଅ ଟିକନ ସାହୁ (୪୮)। ଶନିବାର ସକାଳେ ଅଭିଯୋଗ ପାଇ ବନ୍ତଳା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନୂଆକ୍ଷେତା ଗାଁର ଟିକନ ପଡ଼ୋଶୀ ଗ୍ରାମର ଜନୈକା ବିଧବା ମହିଳାଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ଟିକନଙ୍କ ଏଭଳି ଅବୈଧ ସମ୍ପର୍କକୁ ବିଧବାଙ୍କ ୨ ପୁତୁରା ବିରୋଧ କରି ଆସୁଥିଲେ। ସେମାନେ ଟିକନଙ୍କୁ ବହୁବାର ତାଗିଦ୍‌ ମଧ୍ୟ କରିଥିଲେ। ଟିକନ ଗତ ୫ ବର୍ଷ ହେବ ଗାଁ ଛାଡ଼ି ସ୍ତ୍ରୀ ଓ ପିଲାଙ୍କୁ ନେଇ ଅନୁଗୋଳ ତୁରଙ୍ଗ ଅଞ୍ଚଳରେ ଘରଭଡ଼ା ନେଇ ରହୁଥିଲେ ମଧ୍ୟ ଗାଁକୁ ଯିବାଆସିବା କରୁଥିଲେ। ସମ୍ପୃକ୍ତା ବିଧବାଙ୍କ ସହ ପୂର୍ବପରି ସମ୍ପର୍କ ରଖିଥିଲେ। ଶୁକ୍ରବାର ଟିକନ ରାଶନ ଚାଉଳ ପାଇଁ ଗାଁ ନୂଆକ୍ଷେତାକୁ ଆସିଥିବା ବେଳେ ଅପରାହ୍ନ ୫ଟାରେ ଗୁରୁତର ଅବସ୍ଥାରେ ନୂଆକ୍ଷେତା-ରାଇଗୋଡ଼ା ରାସ୍ତା ଚକାବର ନିକଟରେ ପଡ଼ିଥିବା ସାନଭାଇ ମାନସ ସାହୁ ଖବର ପାଇଥିଲେ। ସେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଟିକନଙ୍କୁ ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିଲା। ହେଲେ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଟିକନଙ୍କ ମୃତ୍ୟୁ ହୋଇଥିଲା। ଏ ନେଇ ମୃତକଙ୍କ ସ୍ତ୍ରୀ ସୁନିତା ସାହୁ ଶନିବାର ସକାଳ ୫ଟା ୩୦ରେ ବନ୍ତଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ବନ୍ତଳା ଥାନା ଅଧିକାରୀ ନଟବର ନନ୍ଦଙ୍କ ନେତୃତ୍ୱରେ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗା, ୨ଟି ବାଇକ୍‌, ରକ୍ତଛିଟା ଲାଗିଥିବା ମାଟି ନମୁନା, ହଳେ ଚ଼ପଲ ଜବତ କରାଯାଇଥିଲା। ଗୋଟିଏ ବାଇକ୍‌ ଡିକିରୁ ମିଳିଥିବା ଆଧାରକାର୍ଡ, ପାରିପାର୍ଶ୍ୱିକ ସ୍ଥିତି, ସ୍ଥାନୀୟ ଲୋକଙ୍କ ସୂଚନାକୁ ଭିତ୍ତିକରି ପୋଲିସ ସନ୍ଦେହରେ ୨ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବା ସହ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ନନ୍ଦ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri