Posted inଖେଳ

ଦକ୍ଷିଣ ଆଫ୍ରିକା ଟି୨୦ ଦଳରେ ପରିବର୍ତ୍ତନ

ଜୋହାନ୍ସବର୍ଗ,୫।୯(ପିଟି): ଆସନ୍ତା ୧୫ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ଘୋଷିତ ଦକ୍ଷିଣ ଆଫ୍ରିକା ଦଳରେ ପରିବର୍ତ୍ତନ ହୋଇଛି। ପୂର୍ବରୁ ସ୍ଥାନ ପାଇଥିବା ଅଲରାଉଣ୍ଡର ଜନ-ଜନ ଟ୍ରେଭର ସ୍ମୁଟ୍ସ ଦଳରୁ ବାଦ୍‌ ପଡ଼ିଛନ୍ତି। ଦଳରେ ସ୍ଥାନ ପାଇବା ପାଇଁ ସେ ଏବେ ସମ୍ପୂର୍ଣ୍ଣ ଫିଟ୍‌ ନୁହନ୍ତି। ତାଙ୍କ ବଦଳରେ ବର୍ତ୍ତମାନ ଭାରତ ଏ’ ବିପକ୍ଷରେ ଅନ୍‌ଅଫିସିଆଲ ସିରିଜ୍‌ ଖେଳୁଥିବା ଜର୍ଜ ଲିଣ୍ଡେ ଜାତୀୟ ଦଳରେ ସ୍ଥାନ ପାଇଛନ୍ତି। ଏହି ବାମହାତୀ ସ୍ପିନର ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରି ନାହାନ୍ତି। ୨୭ ବର୍ଷୀୟ କ୍ରିକେଟର ୫ ମ୍ୟାଚ୍‌ ବିଶିଷ୍ଟ ଅନ୍‌ଅଫିସିଆଲ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମୁକାବିଲାରେ ଦ୍ରୁତ ୫୨ ରନ୍‌ କରିବା ସହ ୩ ମ୍ୟାଚ୍‌ରୁ ସମାନ ସଂଖ୍ୟକ ଉଇକେଟ ନେଇଥିଲେ। ଗତ ମାସରେ ବେଙ୍ଗାଲୁରୁଠାରେ ଅନୁଷ୍ଠିତ ସ୍ପିନ କ୍ୟାମ୍ପର ସେ ଅଂଶବିଶେଷ ଥିଲେ। ସେ ଏପର୍ଯ୍ୟନ୍ତ ୭୫ ଟି୨୦ ଖେଳି ୧୩୯.୧୧ ଷ୍ଟ୍ରାଇକରେଟ୍‌ରେ ୬୧୧ ରନ୍‌ କରିବା ସହ ୭୭ ଉଇକେଟ ନେଇସାରିଛନ୍ତି। ଦଳରେ ସ୍ଥାନ ପାଇଥିବା ଅନ୍ୟ ଖେଳାଳିମାନେ ଶୁକ୍ରବାର ଭାରତ ଆସିବେ। ଦକ୍ଷିଣ ଆଫ୍ରିକା ଦଳ ତା’ର ୩ ମ୍ୟାଚ୍‌ ଟି୨୦ ସିରିଜ୍‌ ୧୫ ତାରିଖରେ ଧର୍ମଶାଳାଠାରୁ ଆରମ୍ଭ କରିବ।
ଦକ୍ଷିଣ ଆଫ୍ରିକା ଦଳ: କୁଇଣ୍ଟନ ଡି’କକ୍‌ (ଅଧିନାୟକ), ରାସି ଭାନ ଡର ଡୁସେନ (ଉପ ଅଧିନାୟକ), ତେମ୍ବା ବାଭୁମା, ଜୁନିଅର ଡାଲା, ବିଜର୍ନ ଫରଚୁନ, ବେରାନ ହେଣ୍ଡ୍ରିକ୍ସ, ରିଜା ହେଣ୍ଡ୍ରିକ୍ସ, ଡେଭିଡ ମିଲର, ଆନରିଚ ନର୍ଟଜେ, ଆଣ୍ଡିଲେ ଫେଲୁକ୍ୱାୟୋ, ଡ୍ବେନ ପ୍ରିଟୋରିଅସ, କାଗିସୋ ରବାଡା, ତାବ୍ରିଜ ଶାମ୍‌ସି ଓ ଜର୍ଜ ଲିଣ୍ଡେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri