Posted inଖେଳ

ରାହୁଲ ନେବେ ନେତୃତ୍ୱ: ୮ ମାସ ପରେ ଦଳକୁ ଫେରିଲେ ଜାଡେଜା

ନୂଆଦିଲ୍ଲୀ,୨୪ା୧୧: ଆସନ୍ତା ୩୦ ତାରିଖରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଲାଗି ସିନିୟର ବ୍ୟାଟର ଲୋକେଶ ରାହୁଲଙ୍କ ନେତୃତ୍ୱରେ ଭାରତୀୟ ଦଳ ଘୋଷଣା କରାଯାଇଛି। ୮ ମାସର ବ୍ୟବଧାନ ପରେ ରବୀନ୍ଦ୍ର ଜାଡେଜା ଦିନିକିଆ ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ଯଶପ୍ରୀତ ବୁମରା ଓ ମହମ୍ମଦ ସିରାଜଙ୍କୁ ବିଶ୍ରାମ ଦିଆଯାଇଛି।

ରାହୁଲଙ୍କୁ କେବଳ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌କୁ ଦୃଷ୍ଟିରେ ରଖି ନେତୃତ୍ୱ ଦିଆଯାଇଛି। ଗତ ୧ ବର୍ଷ ମଧ୍ୟରେ ମାତ୍ର ଗୋଟିଏ ଦିନିକିଆ ମ୍ୟାଚ୍‌ ଖେଳିଥିବାରୁ ରିଷଭ ପନ୍ତଙ୍କୁ ଏହି ଗୁରୁଦାୟିତ୍ୱ ଲାଗି ଗୁରୁତ୍ୱ ଦିଆଯାଇ ନାହିଁ। ଗିଲ୍‌ ସୁସ୍ଥ ହୋଇ ଆସନ୍ତା ବର୍ଷ ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍‌ ଲାଗି ଦିନିକିଆ ଦଳକୁ ଫେରିବେ ଆଶା କରାଯାଉଛି ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ଆସନ୍ତା ୩୦ ତାରିଖରେ ରାଞ୍ଚିଠାରେ ଆରମ୍ଭ ହେବାକୁ ସିରିଜ୍‌ର ଅନ୍ତିମ ଦୁଇ ମ୍ୟାଚ୍‌ ରାଇପୁର (ଡିସେମ୍ବର ୩) ଓ ବିଶାଖାପାଟଣା (ଡିସେମ୍ବର ୬)ରେ ଖେଳାଯିବ।

ଅଲରାଉଣ୍ଡର ଜାଡେଜା ଦଳକୁ ଫେରିଛନ୍ତି। ସେ ଅନ୍ତିମ ଥର ଦୁବାଇଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଖେଳିଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଖେଳିଥିବା ଅକ୍ଷର ପଟେଲ, ସିରାଜଙ୍କୁ ବିଶ୍ରାମ ଦିଆଯାଇଛି। ଅନ୍ତିମ ଥର ୨୦୨୩ ଦିନିକିଆ ବିଶ୍ୱକପ୍‌ ଫାଇନାଲ ଖେଳିଥିବା ବୁମରାଙ୍କୁ ତାଙ୍କ ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟ କାରଣରୁ ଦିନିକିଆ ସିରିଜ୍‌ରେ ଖେଳାଯିବ ନାହିଁ। ଦୁଇ ପୂର୍ବତନ ଅଧିନାୟକ ରୋହିତ ଶର୍ମା ଓ ବିରାଟ କୋହଲି ଦଳରେ ସ୍ଥାନ ବଜାୟ ରଖିଛନ୍ତି। ଗିଲ୍‌ଙ୍କ ଅନୁପସ୍ଥିତିରେ ଯଶସ୍ବୀ ଜୟସ୍ବାଲ ଓପନିଂ କରିବେ। ଗତ ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଅନ୍‌ଅଫିସିଆଲ ଦିନିକିଆ ସିରିଜ୍‌ରେ ଭଲ ପ୍ରଦର୍ଶନ କରିଥିବା ଋତୁରାଜ ଗାଏକ୍ୱାଡଙ୍କୁ ମଧ୍ୟ ଦଳରେ ସାମିଲ କରାଯାଇଛି। ଗାଏକ୍ୱାଡ ଏପର୍ଯ୍ୟନ୍ତ ୬ ଦିନିକିଆ ଖେଳିଛନ୍ତି। ହର୍ଷିତ ରାଣା, ଅର୍ଶଦୀପ ସିଂ, ପ୍ରସିଦ୍ଧ କ୍ରିଷ୍ଣା ଓ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀ ପେସ ବିଭାଗ ସମ୍ଭାଳିବେ।

ଭାରତୀୟ ଦିନିକିଆ ଦଳ: ରୋହିତ ଶର୍ମା, ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ତିଲକ ବର୍ମା, ଲୋକେଶ ରାହୁଲ (ଅଧିନାୟକ ଓ ଉଇକେଟକିପର), ରିଷଭ ପନ୍ତ (ଉଇକେଟକିପର), ଓ୍ବାଶିଂଟନ ସୁନ୍ଦର, ରବୀନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ନୀତୀଶ କୁମାର ରେଡ୍ଡୀ, ହର୍ଷିତ ରାଣା, ଋତୁରାଜ ଗାଏକ୍ୱାଡ, ପ୍ରସିଦ୍ଧ କ୍ରିଷ୍ଣା, ଧ୍ରୁବ ଜୁରେଲ ଓ ଅର୍ଶଦୀପ ସିଂ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri