ଧର୍ମେନ୍ଦ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ତାଙ୍କର ଆକର୍ଷଣୀୟ ବ୍ୟକ୍ତିତ୍ୱ…

ଭୁବନେଶ୍ୱର,୨୪ା୧୧: ବଲିଉଡ୍‌ର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ସୋମବାର ଦେହାନ୍ତ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ବର୍ଷିୟାନ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତରେ ମୁଁ ମର୍ମାହତ। ଦଶନ୍ଧି ଧରି ଅଭିନୟ ଓ ଆକର୍ଷଣୀୟ ବ୍ୟକ୍ତିତ୍ୱ ଦର୍ଶକଙ୍କୁ ମୁଗ୍ଧ କରିଥିଲା। ଆଗାମୀ ପିଢ଼ିର କଳାକାର ଓ ସିନେପ୍ରେମୀଙ୍କୁ ତାଙ୍କର ବଳିଷ୍ଠ ଅଭିନୟ ପ୍ରେରଣା ଯୋଗାଇବ। ପରିବାର, ବନ୍ଧୁ ଓ ଅସଂଖ୍ୟ ଶୁଭେଚ୍ଛୁଙ୍କୁ ମୋର ଆନ୍ତରିକ ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ କହିଛନ୍ତି।

ମୃତ୍ୟୁବେଳକୁ ଧର୍ମେନ୍ଦ୍ରଙ୍କୁ ୮୯ ବର୍ଷ ହୋଇଥିଲା। କିଛିଦିନ ହେବ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇ ଘରେ ଚିକିତ୍ସିତ ହେଉଥିଲେ।
ସୂଚନାଯୋଗ୍ୟ, ବଲିଉଡ୍‌ର ବର୍ଷୀୟାନ ଅଭିନେତା ଧର୍ମେନ୍ଦ୍ରଙ୍କୁ ନିକଟରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା।
ଧର୍ମେନ୍ଦ୍ର ହିନ୍ଦୀ ସିନେମାର ସବୁଠାରୁ ସମ୍ମାନିତ ଏବଂ ଲୋକପ୍ରିୟ ତାରକାମାନଙ୍କ ମଧ୍ୟରୁ ଜଣେ। ଧର୍ମେନ୍ଦ୍ରଙ୍କ ପୂରା ନାମ ହେଉଛି ଧର୍ମେନ୍ଦ୍ର କେୱଲ କୃଷ୍ଣ ଦେଓଲ। ତାଙ୍କର ଜନ୍ମ ୮ ଡିସେମ୍ବର ୧୯୩୫ରେ ପଞ୍ଜାବର ନସରାନି ଗାଁରେ ହୋଇଥିଲା। ସେ ୧୯୬୦ରେ ରିଲିଜ ହୋଇଥିବା ଫିଲ୍ମ ‘ଦିଲ ଭି ତେରା ହମ ଭି ତେରେ’ ସହିତ ତାଙ୍କର ଅଭିନୟ କ୍ୟାରିଅର୍‌ ଆରମ୍ଭ କରିଥିଲେ। ଏହା ପରେ ସେ ୧୯୬୧ରେ ରିଲିଜ ହୋଇଥିବା ଫିଲ୍ମ ‘ବୟ ଫ୍ରେଣ୍ଡ’ରେ ଅଭିନୟ କରିଥିଲେ।

ସାତ ଦଶନ୍ଧିରୁ ଅଧିକ ସମୟ ଧରି ତାଙ୍କର କ୍ୟାରିୟରରେ ସେ ୩୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ। ଶୋଲେ, ଚୁପକେ ଚୁପକେ, ସୀତା ଔର ଗୀତା ଏବଂ ଧରମ ବୀର ଭଳି ସୁପରହିଟ ଫିଲ୍ମ ଅନ୍ତର୍ଭୁକ୍ତ। ଶୋଲେରେ ‘ବାସନ୍ତୀ ଇନ କୁତେ କେ ଆଗେ ମତ ନାଚ୍‌ନା’ ହିଟ ଫିଲ୍ମ ଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri