ଆସୁଛି ବଡ଼ ବାତ୍ୟା! ଓଡ଼ିଶାରେ…

ଭୁବନେଶ୍ୱର,୨୪।୧୧: ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ ଚାଲିଥିବାବେଳେ ଏଥିଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ କହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ତେବେ କେଉଁ ବାଟ ଦେଇ ଯିବ କେଉଁଠି ପ୍ରଭାବ ଦେଖାଇବ ତାର ଆକଳନ କରିନାହିଁ ପାଣିପାଗ ବିଭାଗ।

ମିଳିଥିବା ସୂଚନାନୁଯାୟୀ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଆନ୍ଧ୍ର ଓ ଓଡ଼ିଶା ଉପରେ ପଡିପାରେ । ହେଲେ ଓଡ଼ିଶା ଦେଇ ସ୍ଥଳଭାଗ ଛୁଇଁବାର ସମ୍ଭାବନା ନଥିବା ପାଣିପାଗ ବିଜ୍ଞାନୀ କହିଛନ୍ତି । ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୨୫ ତାରିଖରୁ ପବନର ବେଗ ବଢିବ । ୨୫ ସନ୍ଧ୍ୟାରୁ ପବନର ଘଣ୍ଟା ପ୍ରତି ବେଗ ୫୦-୬୦ କିଲୋମିଟର ରହିବ । ୨୬ ସକାଳୁ ୬୦ରୁ ୭୦ କିମିରେ ରହି ସର୍ବାଧିକ ୮୦ କିମି ହେବ। ୨୭ ସକାଳୁ ସର୍ବାଧିକ ୧୦୦ କିମି ରହିପାରେ ବୋଲି ସୂଚନା ମିଳିଛି।

ସେପଟେ ବାତ୍ୟାକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳାନା ମନ୍ତ୍ରୀ କହିଛନ୍ତି, ବାତ୍ୟାର ପ୍ରଭାବ ଯେତେ ବି ହେଉ ଆମେ ତା’ଠୁ ଅଧିକ ପ୍ରସ୍ତୁତି କରିବୁ। ଆମେ ମୋନ୍ଥା ବେଳକୁ ପ୍ରସ୍ତୁତ ଥିଲୁ କିନ୍ତୁ ବାତ୍ୟା ଆସିଲାନି। ଆମ ପ୍ରସ୍ତୁତି ଦେଖି ବାତ୍ୟା ପଳାଉଛି।’

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri