ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଯିବ ପାଣି, ନଦୀ ତଟବର୍ତ୍ତୀ ଗ୍ରାମରେ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨୪ା୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ଗୁରୁବାର ଠାରୁପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯିବ ବୋଲି ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି,ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା , ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର, ନୂଆଗଡ଼, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀଙ୍କୁ ସୋମବାର ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି। ଡ୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ସୋମବାର ସକାଳ ସୁଦ୍ଧା ଜଳଭଣ୍ଡାରରେ ୯୯ ଭାଗ ଅର୍ଥାତ୍‌ ୧୧୭.୬୬ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି। ଡ୍ୟାମ୍‌ରୁ ନଦୀଗର୍ଭକୁ ପାଣି ଛଡ଼ାଯିବ ବୋଲି ଜଳସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ରଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri