ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ହେବେ ୨୨ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୨୫।୧୧(ତ୍ରିନାଥ ମହାନ୍ତି): ଆସନ୍ତା ୨୭ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଗସ୍ତରେ ଆସିବେ। ଏଥିପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗସ୍ତ ସମୟରେ ଯେପରି କିଛି ତ୍ରୁଟି ନ ରହେ, ସେଥିଲାଗି ପୋଲିସ ବିଭିନ୍ନ ବିଭାଗ ସହ ଆଲୋଚନା କରିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୋମବାର ପୋଲିସ ଏବଂ ଅନ୍ୟାନ୍ୟ ବିଭାଗ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ୨୭ ତାରିଖ ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ସେ ଉକ୍ତଦିନ ରାଜଭବନରେ ରାତ୍ରି ଯାପନ କରିବେ। ୨୮ ତାରିଖରେ ବିଧାନସଭା କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନବନ୍ଦର ପରିସରରେ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କଠୁ ଆରମ୍ଭ କରି ବିଧାନସଭା ବାହାରେ ପୋଲିସ କର୍ମଚାରୀଙ୍କ ମିଳିତ ସମନ୍ବୟରେ ସୁରକ୍ଷା ବ୍ୟବସ୍ଥା କରାଯିବ। ବିମାନବନ୍ଦରଠାରୁ ରାଜଭବନ ଓ ସେଠାରୁ ବିଧାନସଭା ପର୍ଯନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟାରିକେଡ୍‌ କରାଯିବ। ତେଣୁ ମିଳିତ ସମନ୍ବୟରେ ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ କରିବା ପାଇଁ ବିମାନବନ୍ଦର କର୍ତ୍ତୃପକ୍ଷ, ସିଆଇଏସ୍‌ଏଫ୍‌, ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ, ଓଡ଼ିଶା ପୋଲିସ, ଅଗ୍ନିଶମ ବିଭାଗ, ଖୋର୍ଦ୍ଧା ଜିଲା ପ୍ରଶାସନ, ବିଦ୍ୟୁତ୍‌, ପିଡବ୍ଲ୍ୟୁଡି ଓ ଟ୍ରାଫିକ ବିଭାଗ, କ୍ୟାଟରିଂ ସଂସ୍ଥାର କର୍ମଚାରୀମାନେ ବୈଠକରେ ଉପସ୍ଥିତ ଥିଲେ। ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ, ଟ୍ରାଫିକ ଡିସିପି, ହେଡ୍‌କ୍ବାର୍ଟର ଡିସିପିଙ୍କ ସହ ସିଆଇଏସ୍‌ଏଫ୍‌ ଡିଆଇଜି ପ୍ରମୁଖ ବୈଠକରେ ଉପସ୍ଥିତ ରହି ଆଲୋଚନା କରିଥିଲେ। ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୨୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯିବ। ସେହିପରି ବ୍ଲ୍ୟୁ-ବୁକ୍‌ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଡିସିପି ଜଗମୋହନ ମୀନା କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri