Posted inଜାତୀୟ

ଆଜି ଶ୍ରୀରାମ ମନ୍ଦିର ଧ୍ବଜାରୋହଣ ସମାରୋହ: ଅଯୋଧ୍ୟାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଅଯୋଧ୍ୟା,୨୫।୧୧: ଆଜି ମାର୍ଗଶୀର ମାସ ଶୁକ୍ଳପକ୍ଷ ପଞ୍ଚମୀ। ଏହି ଦିନ ମାତା ସୀତା ଏବଂ ମହାପ୍ରଭୁ ରାମଚନ୍ଦ୍ରଙ୍କ ବିବାହ ହୋଇଥିଲା। ଏହି ପୂଣ୍ୟତିଥି ଅବସରରେ ଅଯୋଧ୍ୟା ଶ୍ରୀରାମ ମନ୍ଦିରର ହେଉଛି ଧ୍ବଜାରୋହଣ ସମାରୋହ। ଏନେଇ ଉତ୍ସବମୁଖର ହୋଇପଡିଛି ଅଯୋଧ୍ୟା। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ପହଞ୍ଚି ସାରିଥିବା ବେଳେ ଆଉ କିଛି ସମୟ ମଧ୍ୟରେ ଧର୍ମଧ୍ବଜା ସ୍ଥାପନା କରିବେ।

ଧର୍ମଧ୍ବଜା ତୀର୍ଥକ୍ଷେତ୍ର ଶିଖରରେ ଲାଗିବ। ମନ୍ଦିର ଚୂଡ଼ାରେ ଉଡ଼ିବ ଗେରୁଆ ପତାକା। ପତାକାରେ ରହିଛି ଉଜ୍ଜ୍ୱଳ ‘ସୂର୍ଯ୍ୟ’ ଓ ଲେଖାଯାଇଛି ‘ଓମ’। ଧର୍ମଧ୍ବଜାର ଉଚ୍ଚତା ୧୦ ଫୁଟ ରହିଥିବା ବେଳେ ଲମ୍ବ ୨୦ ଫୁଟ ରହିଛି। ଦକ୍ଷିଣ କୋଣ ତ୍ରିକୋଣୀୟରେ ସ୍ବତନ୍ତ୍ର ପତାକା ତିଆରି ହୋଇଛି। ଧର୍ମଧ୍ବଜାରେ ରହିଛି କୋବିଦାରା ଗଛର ପ୍ରତିଛବି। ଏହା ମର୍ଯ୍ୟାଦା, ଏକତା ଏବଂ ସଂସ୍କୃତିର ବାର୍ତ୍ତାବହ ବହନ କରୁଛି। ଏହି ଅବସରରେ ସୁନା ଖଚିତ ସ୍ବତନ୍ତ୍ର ବସ୍ତ୍ରରେ ଝଲସୁଛନ୍ତି ମହାପ୍ରଭୁ ରାମ ଲଲ୍ଲା। ହଳଦିଆ ବସ୍ତ୍ର ଉପରେ ପଶ୍ମିନା ଶାଲ ପିନ୍ଧିଛନ୍ତି ପ୍ରଭୁ ରାମଚନ୍ଦ୍ର। ଅଯୋଧ୍ୟାରେ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri