ବିଧାନସଭା ପରିସରରେ କମିଶନର: କଡ଼ାକଡ଼ି ସିକ୍ୟୁରଟି ଯାଞ୍ଚ

ଭୁବନେଶ୍ୱର,୨୫।୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ସିକ୍ୟୁରଟି ଯାଞ୍ଚ କଡ଼ାକଡ଼ି କରାଯାଇଛି। ପୋଲିସ କମିଶନର ଏସ. ଦେବଦତ୍ତ ସିଂ ବିଧାନସଭା ପରିସରରେ ସୁରକ୍ଷା ଯାଞ୍ଚ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ବିଧାନସଭା ଅଧିବେଶନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି।

ଆସନ୍ତା ୨୭ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଗସ୍ତରେ ଆସିବେ। ଏଥିପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗସ୍ତ ସମୟରେ ଯେପରି କିଛି ତ୍ରୁଟି ନ ରହେ, ସେଥିଲାଗି ପୋଲିସ ବିଭିନ୍ନ ବିଭାଗ ସହ ଆଲୋଚନା କରିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୋମବାର ପୋଲିସ ଏବଂ ଅନ୍ୟାନ୍ୟ ବିଭାଗ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ୨୭ ତାରିଖ ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ସେ ଉକ୍ତଦିନ ରାଜଭବନରେ ରାତ୍ରି ଯାପନ କରିବେ। ୨୮ ତାରିଖରେ ବିଧାନସଭା କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନବନ୍ଦର ପରିସରରେ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କଠୁ ଆରମ୍ଭ କରି ବିଧାନସଭା ବାହାରେ ପୋଲିସ କର୍ମଚାରୀଙ୍କ ମିଳିତ ସମନ୍ବୟରେ ସୁରକ୍ଷା ବ୍ୟବସ୍ଥା କରାଯିବ। ବିମାନବନ୍ଦରଠାରୁ ରାଜଭବନ ଓ ସେଠାରୁ ବିଧାନସଭା ପର୍ଯନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟାରିକେଡ୍‌ କରାଯିବ। ତେଣୁ ମିଳିତ ସମନ୍ବୟରେ ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ କରିବା ପାଇଁ ବିମାନବନ୍ଦର କର୍ତ୍ତୃପକ୍ଷ, ସିଆଇଏସ୍‌ଏଫ୍‌, ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ, ଓଡ଼ିଶା ପୋଲିସ, ଅଗ୍ନିଶମ ବିଭାଗ, ଖୋର୍ଦ୍ଧା ଜିଲା ପ୍ରଶାସନ, ବିଦ୍ୟୁତ୍‌, ପିଡବ୍ଲ୍ୟୁଡି ଓ ଟ୍ରାଫିକ ବିଭାଗ, କ୍ୟାଟରିଂ ସଂସ୍ଥାର କର୍ମଚାରୀମାନେ ବୈଠକରେ ଉପସ୍ଥିତ ଥିଲେ। ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ, ଟ୍ରାଫିକ ଡିସିପି, ହେଡ୍‌କ୍ବାର୍ଟର ଡିସିପିଙ୍କ ସହ ସିଆଇଏସ୍‌ଏଫ୍‌ ଡିଆଇଜି ପ୍ରମୁଖ ବୈଠକରେ ଉପସ୍ଥିତ ରହି ଆଲୋଚନା କରିଥିଲେ। ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୨୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯିବ। ସେହିପରି ବ୍ଲ୍ୟୁ-ବୁକ୍‌ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଡିସିପି ଜଗମୋହନ ମୀନା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri