କାହିଁକି ବିଜେଡିର ପରାଜୟ ହେଉଛି ଖୋଲି କହିଦେଲେ ଭୂପିନ୍ଦର,ଦେବାଶିଷଙ୍କୁ….

ଭୁବନେଶ୍ୱର,୨୫।୧୧: ସାଂସଦ ଦେବାଶିଷ ସାମନ୍ତରାୟଙ୍କ କଥାକୁ ସମର୍ଥନ କଲେ ଭୂପିନ୍ଦର ସିଂ । ସେ କହିଛନ୍ତି, ଗତ ନିର୍ବାଚନରେ ବିଜୁ ପଟ୍ଟନାୟକଙ୍କ ପୋଷ୍ଟର ଦେଖିବାକୁ ମିଳିଲାନି। ନୂଆପଡ଼ା ଉପନିର୍ବାଚନରେ ମଧ୍ୟ ସମାନ କଥା ଦେଖିବାକୁ ମିଳିଲା। ବିଜୁ ପଟ୍ଟନାୟକଙ୍କୁ ହଟାଯିବା ପରଠୁ ବିଜେଡିର ପରାଜୟ ଆରମ୍ଭ ହୋଇଛି। ବିଜୁଙ୍କୁ ଛାଡ଼ି ବିଜେଡିର ପରିକଳ୍ପନା ଅସମ୍ଭବ ବୋଲି ସେ କହିଛନ୍ତି। ନୂଆପଡ଼ା ପ୍ରାର୍ଥୀ ଚୟନ ସମୟରେ କାହାର ମତାମତ ନିଆଗଲାନାହିଁ।ଏବେ ଉତ୍ତରାଧିକାରୀର କିଛି ଆବଶ୍ୟକତା ନାହିଁ। ବୀନ ପଟ୍ଟନାୟକ ଦଳର ନେତୃତ୍ବ ନିଅନ୍ତୁ ବୋଲି ଭୂପିନ୍ଦର କହିଛନ୍ତି।

ପୁଣି ପଦାରେ ପଡ଼ିଲା ବିଜେଡିର ବଡ଼ ଅନ୍ତଃକନ୍ଦଳ। ବରିଷ୍ଠ ଉପସଭାପତି ପଦ ଗ୍ରହଣ ପାଇଁ ମନା କଲେ ଦେବାଶିଷ ସାମନ୍ତରାୟ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଚିଠି ପଠାଇ ଲେଖିଲେ, ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିଲା। ଆମ ପାର୍ଟି ବର୍ତ୍ତମାନ ନୂଆ ଆଇଡୋଲୋଜିରେ ଅଗ୍ରସର ହେଉଛି। କଣ ପାଇଁ ଗତ ନିର୍ବାଚନରେ ଦଳ ହାରିଲା ସ୍ବୀକାର କି ପ୍ରକାଶ କରାଗଲାନି।ମାତ୍ର ସବୁ କର୍ମୀଙ୍କ ପାଟିରେ ପରାଜୟ କାରଣ ପରିପ୍ରକାଶ ହେଉଛି।କେହି କୁହନ୍ତୁ ବା ନ କୁହନ୍ତୁ ୨୦୨୪ ପରାଜୟ କାରଣ ସମସ୍ତେ ଜାଣନ୍ତି।ବର୍ତ୍ତମାନ ସ୍ଥିତିରେ ଆପଣ ନିଜେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରନ୍ତୁ।ମୁଁ ବିଜେଡିର ଜଣେ ସାଧାରଣ କର୍ମୀ ଭାବେ କାମ କରି ଚାଲିବି ବୋଲି ଦେବାଶିଷ କହିଛନ୍ତି।

ବିଜେଡିର ସିନିୟର ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ମଙ୍ଗଳବାର ଦେବାଶିଷ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ। ତେବେ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯...

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର...

ଜଗନ୍ନାଥଙ୍କୁ ଅପମାନ! ଭାଇରାଲ ହେଉଛି ମହାପ୍ରଭୁଙ୍କ AI ଭିଡ଼ିଓ, କ୍ରେନରେ କ୍ଷୀର…

ଭୁବନେଶ୍ବର,୧୯।୧: ସୋସିଆଲ ମିଡ଼ିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏହାରି ଭିତରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ଏଆଇ ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି...

‘ଘୁମୁରା’ ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜିଲା ପାଇଁ ଏତିକି କୋଟି ଟଙ୍କାର…

ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କୃଷି କ୍ଷେତ୍ରରେ କଳାହାଣ୍ଡିକୁ ରାଜ୍ୟରେ ଏକ ନମ୍ବର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଭବାନୀପାଟଣା ଲାଲ...

ବନ୍ଧୁକ ଦେଖାଇ ବଡ଼ବିଲ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ଯୋଡ଼ା,୧୯ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri