କଳାହାଣ୍ଡି ପାଇଁ ଗୌରବ ଆଣିଲେ କ୍ୟାଡେଟ୍‌ ନମିତା ସାହୁ

ଭବାନୀପାଟଣା,୨୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କଳା ତୃତୀୟ ବର୍ଷର ଛାତ୍ରୀ ତଥା ଆର୍ମି ଏନ୍‌ସିସିର ଜୁନିୟର ଅଣ୍ଡର ଅଫିସର ନମିତା ସାହୁ ଡାଇରେକ୍ଟର ଜେନେରାଲ ପ୍ରଶସ୍ତି ପାଇଁ ମନୋନୀତ ହୋଇଛନ୍ତି। ନବରଙ୍ଗପୁର ୧୩ ଓଡିଶା ବାଟାଲିଅନର ସେ ପ୍ରଥମ କ୍ୟାଡର ଭାବେ ଏହି ସମ୍ମାନ ପାଇଛନ୍ତି । ଏହାସହ ଭବାନୀପାଟଣା ସରକାରୀ ସ୍ବୟଂଶାସିତ ଶାସିତ ମହାବିଦ୍ୟାଳୟ ଓ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ମଧ୍ୟ ସେ ପ୍ରଥମ କ୍ୟାଡର ଏହି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଏହାପୂର୍ବରୁ ୨୦୨୧ ମସିହାରେ ବିଶ୍ୱ ବିଦ୍ୟାଳୟର ଉପକୂଳ ସଚିବ ମେଜର ଡ. ଜୟଦେବ ସାହୁ ଅଫିସର ଭାବରେ ଏହି ପୁରସ୍କାର ପାଇଥିଲେ।

ଭବାନୀପାଟଣା ବ୍ଲକ ମେଦିନୀପୁର୍‌ ଗ୍ରାମର ମଦନ ସାହୁ ଓ ଲତା ସାହୁଙ୍କ ଝିଅ ନମିତା ଅଟନ୍ତି । ନମିତା ଗତ ୨୦୨୫ ଜାନୁୟାରୀ ୨୬ ଆର୍‌ ଡି ସି ପ୍ୟାରେଡ଼ ଦିଲ୍ଲୀ କର୍ତ୍ତବ୍ୟ ପଥରେ ମାର୍ଚ୍ଚ କରି ପ୍ରସଂଶା ସାଉଁଟି ଥିଲେ । ଏନ ସି ସି ପ୍ରତି ତାଙ୍କ ନିଷ୍ଠା ଓ ବଳିଦାନ ପାଇଁ ଏହି ପୁରସ୍କାର ପାଇ କଳାହାଣ୍ଡି ତଥା ବିଶ୍ୱବିଦ୍ୟାଳୟର ଗୌରବ ବଢାଇଛନ୍ତି । ଏହି ସଫଳତା ପାଇଁ ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥ, କୁଳସଚିବ ଡ. ଗୁଣନିଧି ନାଇକ, ଉପକୁଳ ସଚିବ ତଥା ଏନସିସି ଅଧିକାରୀ ମେଜର ଡ. ଜୟଦେବ ସାହୁ, କର୍ନେଲ ସୁନୀଲ କୁମାର ପ୍ରମୁଖ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri