ଆଜି ଘୋଡ଼ଲାଗି ହେବେ ମହାପ୍ରଭୁ

ପୁରୀ,୨୬ା୧୧(ଅଜିତ୍‌ କୁମାର ମହାନ୍ତି): ମାର୍ଗଶିର ଶୁକ୍ଳପକ୍ଷ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ ଅବସରରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଘୋଡ଼ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ଘୋଡ଼ଲାଗି ବସନ୍ତପଞ୍ଚମୀ ବା ସରସ୍ବତୀ ପୂଜା ପର୍ଯ୍ୟନ୍ତ ଚାଲିବ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରେ ଘୋଡ଼ଲାଗି ନୀତି ଅନ୍ୟତମ। ମଙ୍ଗଳବାର ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଛି। ରାତ୍ର ଚନ୍ଦନ ଲାଗି ବଢ଼ିବା ପରେ ପତନୀ, ଘୋଡ଼, ଖଣ୍ଡୁଆ ଘୋଡ଼, ପାଗ ମଦନ ମୋହନ, ବିମଳା, ଶ୍ରୀଦେବୀ ଓ ଭୂଦେବୀଙ୍କ ଘୋଡ଼ ଭୋଗମଣ୍ଡପ ଘରେ ଅଧିବାସ କରାଯାଇଥିଲା। ଏହା ପୂର୍ବରୁ ଭୋଗମଣ୍ଡପ ଘର ଧୋପଖାଳ ହୋଇ ଚାନ୍ଦୁଆ ବନ୍ଧାଯାଇଥିଲା। ବଡ଼ସିଂହାର ଭୋଗ ସରି ଠାକୁରଙ୍କ ମଇଲମ ବଢିବା ପରେ ମହାସ୍ନାନ ବଢ଼ିଥିଲା। ଠାକୁରମାନଙ୍କୁ ଝିନ ପତନୀ ଲାଗି କରାଯାଇଥିଲା। ସର୍ବାଙ୍ଗ ଲାଗି ବଢିବା ପରେ ବିଭିନ୍ନ ନୀତି ବଢି ଆଳତି କରାଯାଇଥିଲା। ବୁଧବାର ଷଷ୍ଠୀ ଅବସରରେ ମହାପ୍ରଭୁଙ୍କ ସକାଳ ଧୂପବଢିବା ପରେ ମଇଲମ କରାଯାଇ ପୂର୍ବ ରାତିରୁ ଭୋଗମଣ୍ଡପ ପରେ ଅଧିବାସିତ ହୋଇଥିବା ଘୋଡମାନଙ୍କୁ ଘଣ୍ଟ ଛତା, କାହାଳୀ ସହ ପଟୁଆରରେ ଶ୍ରୀମନ୍ଦିରର ତିନି ଘେରା ପ୍ରଦକ୍ଷିତ କରାଯାଇ ରନତ୍ସିଂହାସନକୁ ବିଜେ କରାଯିବ। ସିଂହାସନରେ ଠାକୁରଙ୍କ ପାଗ ଓ ଘୋଡ ଲାଗି କରାଯାଇ ଛଅ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ବିଶ୍ୱାସ ରହିଛି, ପଞ୍ଚମୀ ତିଥିରେ ମହାପ୍ରଭୁ ଶୀତ ସହିତ ଯୁଦ୍ଧ କରି ହାରିଯାଇଥାନ୍ତି। ତେଣୁ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ଦୁଇଥର ବଡସିଂହାର ବେଶ ଅନୁଷ୍ଠିତ ହୋଇଥିଲା। ମହାପ୍ରଭୁ ଷଷ୍ଠୀ ତିଥିରୁ ଘୋଡ ଲାଗି ହୋଇଥାନ୍ତି। ସପ୍ତାହର ୭ ଦିନରେ ବାର ଅନୁଯାୟୀ ଶ୍ରୀବିଗ୍ରହମାନେ ୭ ପ୍ରକାର ରଙ୍ଗର ଘୋଡ଼ ପରିଧାନ କରିଥାନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri