କାଲିଠୁ ଶୀତକାଳୀନ ଅଧିବେଶନ: ପ୍ରଥମ ଦିନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି; କଡ଼ାକଡ଼ି ହେଲା…

ଭୁବନେଶ୍ୱର,୨୬ା୧୧(ତ୍ରିନାଥ ମହାନ୍ତି): ବିଧାନସଭାର ଶୀତକାଳୀନ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥର ବିଧାନସଭା ଅଧିବେଶନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣୁ ବ୍ଲୁ-ବୁକ୍‌ ଗାଇଡ୍‌ଲାଇନ୍‌ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂଙ୍କ ସହ ଅତିରିକ୍ତ ସିପି ନରସିଂହ ଭୋଳ ଓ ଡିସିପି ଜଗମୋହନ ମୀନା ବିଧାନସଭା ପରିସର ଏବଂ ଚାରିପଟେ ବୁଲି ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି।

ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍‌ ସ୍କ୍ବାଡ୍‌ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ୱରେ ରହିବେ। ଡିସିପି ସୁରକ୍ଷା ତଦାରଖ ଦାୟିତ୍ୱରେ ଥିବାବେଳେ ତାଙ୍କ ଅଧୀନରେ ୭ଜଣ ଅତିରିକ୍ତ ଡିସିପି, ୨୩ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସ୍‌ଆଇ ଓ ଏଏସ୍‌ଆଇ ଦାୟିତ୍ୱରେ ରହିବେ। ଏଥିସହ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜାଯାଇଛି। ସିସିଟିଭି ସର୍ଭିଲାନ୍ସରେ ବିଧାନସଭା ଓ ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ। ୫ଟି ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଥିବାବେଳେ ୨୨୫ ଅଧିକାରୀ ସ୍ଥିତି ଉପରେ ନଜର ରଖିବେ। ଇତିମଧ୍ୟରେ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ଲୋୟର ପିଏମ୍‌ଜିରେ ୧୪୪ ଧାରା ଜାରି କରାଯିବ।

ବିକ୍ଷୋଭକାରୀମାନେ ଯେପରି ବିଧାନସଭା ଆଡ଼କୁ ଯାଇ ନ ପାରନ୍ତି, ସେଥିପାଇଁ ପୋଲିସ ଜଗି ରହିଛି। ଏଥିସହ ସାଦା ପୋଷାକଧାରୀ ପୋଲିସ, ଗୋଇନ୍ଦା ପୋଲିସ ବିଧାନସଭା ଆଖପାଖ ଓ ଗାନ୍ଧୀ ମାର୍ଗରେ ପଇଁତରା ମାରିବେ। ସନ୍ଦିଗ୍ଧ ବ୍ୟକ୍ତି ଏବଂ ସନ୍ଦେହଜନକ ପଦାର୍ଥ ଦେଖିଲେ ତୁରନ୍ତ ଜଣାଇବାକୁ କୁହାଯାଇଛି। ବିଗତ ଦିନରେ ଅନେକ ବ୍ୟକ୍ତି ନ୍ୟାୟ ନ ପାଇ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବା ନଜିର ରହିଛି। ତେଣୁ ପୋଲିସ ଏହା ଉପରେ ମଧ୍ୟ ନଜର ରଖିଛି। କେହି ତୈଳଜାତୀୟ ପଦାର୍ଥ ନେଇ ଯାଉଥିଲେ ତୁରନ୍ତ ଅଟକାଇବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri