ଡିସେମ୍ବର ୧ରୁ ଭକ୍ତଙ୍କ ପାଇଁ ଖୋଲିବ ପୁରୀ ଗୁଣ୍ଡିଚା ମନ୍ଦିର

ପୁରୀ,୨୬ା୧୧: ପୁରୀର ଶ୍ରୀ ଗୁଣ୍ଡିଚା ମନ୍ଦିର ଆସନ୍ତା ଡିସେମ୍ବର ୧ ତାରିଖରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ। ବୁଧବାର ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଏହି ସୂଚନା ଦେଇଛନ୍ତି।

ପ୍ରଶାସନ ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରୁ ଜବରଦଖଲ ହଟାଯିବା ସହ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି। ପୁରୀ ଜିଲାପାଳ କହିଛନ୍ତି ଯେ ପ୍ରଭୁ ଜଗନ୍ନାଥ ଓ ତାଙ୍କ ଭାଇଭଉଣୀ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଜନ୍ମସ୍ଥାନ ଭାବେ ବିବେଚିତ ଏହି ମନ୍ଦିର ଡିସେମ୍ବର ୧ରୁ ସାରା ବର୍ଷ ପାଇଁ ଭକ୍ତଙ୍କୁ ଦର୍ଶନ ନିମନ୍ତେ ଖୋଲା ରହିବ।

ନିକଟରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକରେ ବର୍ଷସାରା ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଦର୍ଶନ ବ୍ୟବସ୍ଥା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ପୂର୍ବରୁ ପ୍ରାୟ ଛଅ ବର୍ଷ ଧରି କିଛି ସମସ୍ୟା ଯୋଗୁଁ ବର୍ଷସାରା ଦର୍ଶନ ବ୍ୟବସ୍ଥା ବନ୍ଦ ଥିଲା।

ରଥଯାତ୍ରା ସମୟରେ ମହାପ୍ରଭୁ ଓ ତାଙ୍କ ଭାଇଭଉଣୀ ଶ୍ରୀମନ୍ଦିରରୁ ରଥରେ ବିଜେ ହୋଇ ଗୁଣ୍ଡିଚା ମନ୍ଦିରକୁ ଆସନ୍ତି ଏବଂ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଏଠାରେ ନବଦିନାତ୍ମକ ଯାତ୍ରାରେ ଅବସ୍ଥାନ କରନ୍ତି।

ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଦ୍ୱାରା ଶ୍ରୀ ଗୁଣ୍ଡିଚା ମନ୍ଦିରର ଦୈନନ୍ଦିନ ପରିଚାଳନା କରାଯିବ। ପରେ ଦେୟଯୁକ୍ତ (ଟିକେଟ୍) ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ କି ନାହିଁ, ସେ ନେଇ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri