ବାଲ୍ୟ ବିବାହ ରୋକିବାକୁ ଶପଥ ଗ୍ରହଣ

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ଶିଶୁ ସୁରକ୍ଷା କମିଟିର ଟାସ୍କଫୋର୍ସ କମିଟିର ବୈଠକ କମିଟିର ଆବାହକ ତଥା ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶିଶୁଙ୍କ ପାଇଁ ଦିନଟିଏର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷକରି ଅଞ୍ଚଳରେ ଶିଶୁଙ୍କ ନିର୍ଯାତନା ରୋକିବା ଦିଗରେ କିଭଳି ସମସ୍ତଙ୍କ ଦାୟିତ୍ୱ ରହିଛି ଓ ତାକୁ ରୋକାଯିବ କିଭଳି ସେନେଇ ଆଲୋଚନା କରାଯାଇଥିଲା। ଅଞ୍ଚଳରେ ଶିଶୁ ଶ୍ରମିକକୁ ରୋକିବା ସହ ବାଲ୍ୟ ବିବାହ, ସ୍କୁଲ ଡ୍ରପ୍‌ ଆଉଟକୁ ରୋକିବା ଓ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରାଇବା ନେଇ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବ୍ରାହ୍ମଣୀଗାଁ ସରପଞ୍ଚ ସଂଯୁକ୍ତା ମଲିକଯୋଗ ଦେଇଥିବା ବେଳେ ପ୍ରେମ ଅନୁଷ୍ଠାନର କାର୍ଯ୍ୟକ୍ରମ ସଂଯୋଜକ ସୁଧୀର ଦିଗାଲ, ଆମ ଗାଁ ସ୍ବେଚ୍ଛାସେବୀ ଅନୁଷ୍ଠାନର କିଶୋର ସିଂ, ରମାକାନ୍ତ ବଳିୟାରସିଂ, ପୋଷଣ ବ୍ଲକ ସଂଯୋଜକ ଶଶୀ ଭୂଷଣ ନାୟକ, ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସୁପରଭାଇଜର ଶକୁନ୍ତଳା ନାୟକ, ବାସନ୍ତୀ ଜେନା, ଭାବନ୍ତି ପ୍ରଧାନଙ୍କ ସମେତ ଅଞ୍ଚଳର ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ ଓ ବିଭିନ୍ନ ବିଭାଗର କର୍ମଚାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ, ଅଧ୍ୟାପିକା ଅଧ୍ୟାପକମାନେ ଉପସ୍ଥିତ ରହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri