ମା’ଙ୍କ ଏକାଦଶାହରେ ଚାଲିଗଲା ସାନପୁଅଙ୍କ ଜୀବନ, ଦ୍ୱାଦଶାହରେ ବି ଚାଲିଗଲେ ବଡ଼ପୁଅ

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ନିକଟ ମା’ ସାତଭଉଣୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଟାଟା ଏସି ଗାଡ଼ି ଏବଂ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ସାନଭାଇ ଅଜୟ କୁମାର ମହାରଣା ଓରଫ ମିଟୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୁଧବାର ଅପରାହ୍ନରେ ବଡ଼ଭାଇ ଅରୁଣ କୁମାର ମହାରଣାଙ୍କ ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି।

ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ତ୍ରିନାଥ ମହାରଣାଙ୍କ ସହଧର୍ମିଣୀ କନକଲତା ମହାରଣାଙ୍କ ଗତ ୧୦ ଦିନ ପୂର୍ବେ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ଏକାଦଶାହ କାର୍ଯ୍ୟ ରହିଥିବା ବେଳେ ବୁଧବାର ଦ୍ବାଦଶାହ ଶୁଦ୍ଧି ଭୋଜି କାର୍ଯ୍ୟ ନିମନ୍ତେ ଦୁଇଭାଇ ଅଜୟ ଓ ଅରୁଣ ନିଜ ସ୍କୁଟି ଯୋଗେ ବାଳକୃଷ୍ଣପୁର ଗ୍ରାମରୁ ସହଦେବ ଟିକରପଡ଼ା ଯାଉଥିଲେ। ଏହି ସମୟରେ ଦୁର୍ଘଟଣା ଘଟିଥିଲା। ଉଭୟଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ମେଡିକାଲ ଅଣାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ସାନଭାଇ ଅଜୟଙ୍କୁ ମୃତ ଘୋଷିତ କରିବା ସହ ଅରୁଣଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୨ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ଅରୁଣଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କୁ ଡାକ୍ତର ସୂଚନା ଦେଇଥିଲେ। ସ୍ତ୍ରୀ ଓ ଦୁଇ ରୋଜଗାରିଆ ପୁଅକୁ ହରାଇ ବାପା ତ୍ରିନାଥ ଭାଙ୍ଗି ପଡ଼ିଛନ୍ତି। ଯେହେତୁ ସ୍ତ୍ରୀଙ୍କ ଏକାଦଶାହରେ ସାନପୁଅ ଏବଂ ଦ୍ବାଦଶାହରେ ବଡ଼ପୁଅର ଏଭଳି ମୃତ୍ୟୁ ସହ୍ୟ କରିପାରୁ ନାହାନ୍ତି ତ୍ରିନାଥ। ଏନେଇ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏଏସ୍‌ଆଇ ମନୋଜ ସିଂ ମାମଲା ନଂ.୪୨୯/୨୫ ଅନୁଯାୟୀ ଉଭୟ ଗାଡିକୁ ଜବତ କରି ତଦନ୍ତ ଚଳାଇଥିବା ବେଳେ ଗାଡ଼ି ଚାଳକ ଫେରାର ରହିଛନ୍ତ। ପୋଲିସ ବୁଧବାର ସକାଳୁ ଅଜୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଥିଲା। ଅପରାହ୍ନ ଗୋଟାଏ ସମୟରେ ମୃତଦେହ ଗ୍ରାମରେ ପହଞ୍ଚିବାର କିଛି କ୍ଷଣକ ମଧ୍ୟରେ ବଡ଼ଭାଇ ଅରୁଣଙ୍କ ମୃତ୍ୟୁ ଖବର ଗ୍ରାମରେ ପହଞ୍ଚିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଯାଇଥିଲା ବିଳମ୍ବିତ ସନ୍ଧ୍ୟାରେ ଅରୁଣଙ୍କ ମୃତଦେହ ଗ୍ରାମରେ ପହଞ୍ଚିବା ସହ ଗାଁ ଶ୍ମଶାନରେ ଗୋଟିଏ ଜୁଇରେ ଦୁଇଭାଇଙ୍କ ଅନ୍ତିମ ସଂସ୍କାର ହୋଇଥିଲା।ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ ଗ୍ରାମରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ରେଡ୍‌କ୍ରସ ପାଣ୍ଠିରୁ ୬୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri