ବିଧାନସଭାରେ ରାଷ୍ଟ୍ରପତି ଦେବେ ପ୍ରଥମ ଅଭିଭାଷଣ

ଭୁବନେଶ୍ୱର,୨୭ା୧୧ (ରବିନାରାୟଣ ଜେନା): ଓଡ଼ିଶା ବିଧାନସଭାରେ ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଶୀତକାଳୀନ ଅଧିବେଶନ ଐତିହାସିକ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି। ବୁଧବାର ଅପରାହ୍ନରେ ବିଧାନସଭାରେ ମୁକେଶ କହିଛନ୍ତି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଗୃହରେ ପ୍ରଥମଥର ପାଇଁ ତାଙ୍କର ଅଭିଭାଷଣ ରଖିବେ। ଏହା ଆମ ଓଡ଼ିଶା ପାଇଁ ଗର୍ବର ବିଷୟ। ଏଥିଲାଗି ବିଧାନସଭା ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।
ସେ କହିଛନ୍ତି, ଗୁରୁବାର ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ପ୍ରଥମାର୍ଦ୍ଧରେ ଦିବଂଗତ ସଦସ୍ୟଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଗୃହ ମୁଲତବୀ ରହିବ। ଏହାପରେ ଦ୍ୱିତୀୟାର୍ଦ୍ଧରେ ରାଷ୍ଟ୍ରପତି ତାଙ୍କ ଅଭିଭାଷଣ ରଖିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୭ ମାସ ମଧ୍ୟରେ ଅନେକଗୁଡ଼ିଏ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରାଯାଇଛି। ଭାଜପା ସରକାର ଲୋକଙ୍କୁ ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ତାକୁ ପାଳନ କରିବାକୁ ଉଦ୍ୟମ କରିଛି। ସେଥିମଧ୍ୟରୁ ଅଧିକାଂଶ ଯୋଜନା ଇତିମଧ୍ୟରେ କାର୍ଯ୍ୟକାରୀ ହୋଇସାରିଛି। ସରକାର କ୍ଷମତାସୀନ ହେବାଦିନଠାରୁ ଇତିମଧ୍ୟରେ ୧୧ଟି ପ୍ରତିଶ୍ରୁତି ପାଳନ ହୋଇସାରିଲାଣି। ସେଥିମଧ୍ୟରେ ମହିଳାଙ୍କୁ ସଶକ୍ତୀକରଣ କରିବା ଲାଗି ‘ସୁଭଦ୍ରା’ ଯୋଜନାଠାରୁ ଆରମ୍ଭକରି ଚାଷୀଙ୍କୁ ୮୦୦ ଟଙ୍କାର ଇନ୍‌ପୁଟ୍‌ ସବ୍‌ସିଡି ପ୍ରଦାନ ଏବଂ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧମାନଙ୍କୁ ୩,୫୦୦ ଟଙ୍କା ଭତ୍ତା ଭଳି ଅନେକ ଯୋଜନା କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ରାଜ୍ୟର ଅଭିବୃଦ୍ଧି ଦିନକୁ ଦିନ ବଢ଼ିଚାଲିଛି। ଓଡ଼ିଶାର ଅଭିବୃଦ୍ଧି ଜାତୀୟସ୍ତର ଅପେକ୍ଷା ୨.୨୦% ଅଧିକ ରହିଛି। ରାଜ୍ୟ ସରକାର ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ଅହରହ ଉଦ୍ୟମ କରୁଛନ୍ତି। ଭିଜନ-୨୦୩୬ରେ ଓଡ଼ିଶା ଯେତେବେଳେ ୧୦୦ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରିବ, ସେତେବେଳକୁ ରାଜ୍ୟ ଦେଶର ସବୁଠାରୁ ବିକାଶଶୀଳ ରାଜ୍ୟ ରୂପେ ପରିଗଣିତ ହୋଇଥିବ ବୋଲି ମୁକେଶ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri