ଆଜିଠୁ ଶୀତ ଅଧିବେଶନ: ସରକାରଙ୍କୁ ଘେରିବାକୁ ବିଜେଡି ପ୍ରସ୍ତୁତ, ନବୀନ କଲେ ରଣନୀତି

ଭୁବନେଶ୍ୱର, ୨୭।୧୧(ସୁନିତ୍‌ ମିଶ୍ର): ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବାବେଳେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ଶାସକ ଭାଜପାକୁ ଘେରିବା ଲାଗି ବିଜେଡି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବୁଧବାର ଅନୁଷ୍ଠିତ ବିଜେଡି ବିଧାୟକ ଦଳ ବୈଠକ ପ୍ରାୟ ୨୦ ମିନିଟ୍‌ ପାଇଁ ଚାଲିଥିବା ବେଳେ ଏଥିରେ କେଉଁ ପ୍ରସଙ୍ଗରେ ଶାସକ ଦଳକୁ ଘେରିହେବ ସେନେଇ ରଣନୀତି ପ୍ରସ୍ତୁତ କରାଯାଇଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନେକ ପ୍ରସଙ୍ଗ ଗୃହରେ ଉଠାଇବା ଲାଗି ସ୍ଥିର ହୋଇଛି। ଏହି ଅବସରରେ ନବୀନ ବିଧାୟକମାନଙ୍କୁ କହିଛନ୍ତି, ଲୋକଙ୍କ ସମସ୍ୟା ଓ ସରକାରଙ୍କ ଅପାରଗତା ଉପରେ ବିଧାନସଭାରେ ସ୍ବର ଉଠାଯିବ। ଆଇନଶୃଙ୍ଖଳା, ନାରୀ ନିର୍ଯାତନା, ସାମ୍ପ୍ରଦାୟିକ ଉତ୍ତେଜନା, ଚାଷୀଙ୍କ ସମସ୍ୟା, ନିଯୁକ୍ତି ସ୍କାମ୍‌ ଆଦି ବିଭିନ୍ନ ବିଷୟରେ ସରକାରଙ୍କଠାରୁ ଉତ୍ତର ମଗାଯିବ।
ସେ ଆହୁରି କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡ଼ି ପଡ଼ିଛି। ମହିଳାମାନେ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ କେନ୍ଦୁଝର ସଦରଠାରୁ ଆରମ୍ଭକରି ଖୋର୍ଦ୍ଧା, ବାଘମାରୀ ଓ କଟକ ଏସ୍‌ସିବି ମେଡିକାଲ କଲେଜରେ ନିକଟରେ ଘଟିଯାଇଥିବା ନାରୀ ନିର୍ଯାତନା ଅତ୍ୟନ୍ତ ପୀଡ଼ାଦାୟକ। ଏଭଳି ସମ୍ବେଦନଶୀଳ ଘଟଣା ସରକାରଙ୍କ ଅପାରଗତାକୁ ପଦାରେ ପକାଇଛି। ସେହିପରି ଶାନ୍ତି ଓ ସଦ୍ଭାବ ପାଇଁ ସୁନାମ ଥିବା ଓଡ଼ିଶାରେ ସାମ୍ପ୍ରଦାୟିକ ଉତ୍ତେଜନା ବଢ଼ି ଚାଲିଥିବା ବେଦନାଦାୟକ। ଗତ ୧୮ ମାସରେ ରାଜ୍ୟରେ ବିଭିନ୍ନ ସ୍ଥିତିରେ ଅବନତି ଘଟିଛି। ନିକଟରେ କଟକ ସହରରେ ଦୁର୍ଗାପୂଜା ସମୟରେ ଘଟିଯାଇଥିବା ଦଙ୍ଗା ଓଡ଼ିଶାର ମୁଣ୍ଡ ତଳକୁ କରିଦେଇଛି। ରାଜ୍ୟରେ ଚାଷୀ ଓ ମହିଳାମାନେ ସବୁଠାରୁ ଅଧିକ ଦୁଃଖରେ ଅଛନ୍ତି। ସରକାର ନା ଚାଷୀଙ୍କୁ ଠିକ୍‌ ସମୟରେ ସାର ଯୋଗାଇ ପାରୁଛନ୍ତି, ନା ମିଶନ ଶକ୍ତି ମା’ ମାନଙ୍କୁ ଋଣ ସହାୟତା ଦେଇପାରୁଛନ୍ତି। ଚାଷୀ ଓ ମିଶନ ଶକ୍ତି ମା’ ମାନଙ୍କ ପ୍ରତି ସରକାରଙ୍କର ଉଦାସୀନତାର ଦୃଢ଼ ବିରୋଧ କରାଯିବ। କ୍ଷମତାକୁ ଆସିବା ପରେ ଭାଜପା ସରକାର ଏ ପର୍ଯ୍ୟନ୍ତ ଗୋଟିଏ ବି ନିଯୁକ୍ତି ପରୀକ୍ଷା ତ୍ରୁଟିଶୂନ୍ୟ ଭାବେ ପରିଚାଳନା କରିପାରିନାହାନ୍ତି। ଏହା ଯୁବବର୍ଗଙ୍କ ମଧ୍ୟରେ ହତାଶା ଭାବ ସୃଷ୍ଟି କରିଛି। ତେଣୁ ଜନସାଧାରଣ ସମ୍ମୁଖୀନ ହେଉଥିବା ଏହି ସବୁ ପ୍ରସଙ୍ଗରେ ସରକାରଙ୍କୁ ଉତ୍ତରଦାୟୀ ହେବାକୁ ପଡ଼ିବ। ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହ ନେଇ ଦେଖାଦେଇଥିବା ସମସ୍ୟା ବିଷୟ ଉଠାଇଛନ୍ତି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ବିଭିନ୍ନ ଆଳରେ ଗରିବ ଲୋକଙ୍କ ରାଶନ କାର୍ଡ କାଟିବା ପାଇଁ ସରକାରଙ୍କ ନିଷ୍ପତ୍ତି ସମ୍ପର୍କରେ ବିରୋଧୀ ଦଳ ନେତାଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଗୃହରେ ବିରୋଧୀ ଦଳର ରଣନୀତି ଉପରେ ଆଲୋକପାତ କରିବା ସହ ଗୁରୁବାର ହେବାକୁ ଥିବା ରାଷ୍ଟ୍ରପତିଙ୍କ ବିଧାନସଭା କାର୍ଯ୍ୟକ୍ରମ ସମ୍ପର୍କରେ ସଭ୍ୟମାନଙ୍କୁ ଅବଗତ କରିଛନ୍ତି। ଏହି ଅବସରରେ ନବୀନ ସମସ୍ତ ସଦସ୍ୟଙ୍କୁ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ସମୟରେ ଗୃହରେ ଉପସ୍ଥିତ ରହିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri