କଡ଼ାକଡ଼ି ହେବ ନୋ ହେଲ୍‌ମେଟ୍‌ ନୋ ପେଟ୍ରୋଲ ଯାଞ୍ଚ

୨୭ା୧୧ (ମକାରୁ ବେମାଲ):ନୂଆପଡ଼ା ମୁଖ୍ୟାଳୟ ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଉପଜିଲାପାଳ ସୁର୍ମି ସୋରେନ, ସିଡିଏମ୍‌ଓ ଡା. ଧନେଶ୍ୱର ସେଠୀ, ଅତିରିକ୍ତ ଏସ୍‌ପି ରଣଜିତ ନାୟକ, ଅତିରିକ୍ତ ଜିଲା ଉନ୍ନୟନ ଅଧିକାରୀ କ୍ଷମାନିଧି ଭୋଇ, ଡେପୁଟି କଲେକ୍ଟର ଶେଖ ନସିମ, ଆଞ୍ଚଳିକ ପରିବହନ ଅଧିକାରୀ ଶର୍ମିଲା ମହାରଣା, ଅବକାରୀ ଅଧୀକ୍ଷକ ସଂଘମିତ୍ରା ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଶଶାଙ୍କ ଶେଖର ଶୁକ୍ଳା ପୂର୍ବ ବୈଠକର ବିବରଣୀ ଉପସ୍ଥାପନ କରିଥିଲେ। ଆଗାମୀ ଦିନରେ ହେଲ୍‌ମେଟ୍‌ ଚେକିଂ ଉପରେ ଗୁରୁତ୍ୱ ଦେବା ସହ ହେଲ୍‌ମେଟ୍‌ ନାହିଁ ତ ପେଟ୍ରୋଲ ନାହିଁ (ନୋ ହେଲ୍‌ମେଟ୍‌ ନୋ ପେଟ୍ରୋଲ) ଚେକିଂ କଡ଼ାକଡ଼ି କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହାକୁ ସମସ୍ତ ବିଡିଓ, ତହସିଲଦାର ଓ ଆର୍‌ଟିଓ ତଦାରଖ କରିବେ। ନାବାଳକ ଓ ମଦ୍ୟପ ଗାଡ଼ିଚାଳକଙ୍କ ଉପରେ ବିଶେଷ ନଜର ରଖାଯିବ। ଆର୍‌ଟିଓ, ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବରେ ଗାଡ଼ି ଚେକିଂ କରିବେ। ସମୀକ୍ଷାରୁ ଜଣାପଡିଲା, ୨୦୨୫ ଅକ୍ଟୋବର ପର୍ଯ୍ୟନ୍ତ ୯୪ ଦୁର୍ଘଟଣାରେ ୧୧୯ ଜଣ ମୃତ୍ୟୁ ଘଟିଥିବାବେଳେ ୬୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଞ୍ଚଳିକ ପରିବହନ ଅଧିକାରୀ ଶର୍ମିଲା ମହାରଣା ଶୂନ୍ୟ ମୃତାହତ ପକ୍ଷ ପାଳନ ଅବସରରେ ବିଭାଗ ଦ୍ୱାରା ନିଆଯାଇଥିବା ସଚେତନତା କାର୍ଯ୍ୟକ୍ରମର ସୂଚନା ଦେଇଥିଲେ। ଏହାପରେ ଜିଲାର ପରିବହନ କ୍ଷେତ୍ର ଏବଂ ବସ୍‌ଷ୍ଟାଣ୍ଡର ସୁଧାର ପାଇଁ ବିଭିନ୍ନ ପ୍ରସ୍ତାବ ଆଗତ ହୋଇଥିଲା। ବୈଠକରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଏମ୍‌ଭିଆଇ ଉପେନ୍ଦ୍ର କୁମାର ପୁସିକା, ଟିଏସ୍‌ଆଇ ପ୍ରଜ୍ଞା ପାରମିତା, ଏନ୍‌ଏଚ୍‌ ଯନ୍ତ୍ରୀ ସପନ କୁମାର ବେହେରା, ନୂଆପଡ଼ା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀନିବାସ ମିର୍ଦ୍ଧା, ଖରିଆର ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ବାଧୀନ କେତନ ମହାରଣା, ଖରିଆର ରୋଡ୍‌ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ କମଳାସନ ରଥ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri