ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ମିଳିଲା ଗ୍ରେଡ୍‌ ‘ଏ’ ମାନ୍ୟତା

ସମ୍ବଲପୁର,୨୭ା୧୧: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା ମିଳିଛି। ଏନେଇ ଡେପୁଟି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ହେବା ପରେ ପ୍ରଥମଥର ଗ୍ରେଡ୍‌ ‘ଏ’ ମାନ୍ୟତା ମିଳିଥିବାରୁ ଛାତ୍ରୀଛାତ୍ର ଅଭିଭାବକଙ୍କ ସମେତ ସମ୍ବଲପୁରବାସୀଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳିଯାଇଛି।

୧୯୪୪ରେ ସମ୍ବଲପୁର ସହରରେ ଗଙ୍ଗାଧର ମେହେର ମହାବିଦ୍ୟାଳୟ ‘ସମ୍ବଲପୁର କଲେଜ’ ନାମରେ ପ୍ରତିଷ୍ଠିତ ହୋଇ ତତ୍‌କାଳୀନ ଜିଲା ସ୍କୁଲରେ କାର୍ଯ୍ୟ କରୁଥିଲା । ପରେ କବି  ଗଙ୍ଗାଧର ମେହେରଙ୍କ ନାମାନୁସାରେ ଏହାର ନାମ ‘ଗଙ୍ଗାଧର ମେହେର କଲେଜ’ ହେଲା । ଏହା ପ୍ରଥମେ ଓଡ଼ିଶାର ଏକମାତ୍ର ବିଶ୍ୱବିଦ୍ୟାଳୟ ଉତ୍କଳ ବିଶ୍ୱବିଦ୍ୟାଳୟ ସହିତ ଅନୁବନ୍ଧିତ ହେଇଥିଲା । ଉଲ୍ଲେଖଯୋଗ୍ୟ ଯେ, ଉତ୍କଳ ବିଶ୍ୱବିଦ୍ୟାଳୟ ୧୯୪୩ରେ ସ୍ଥାପିତ ହେଇଥିଲା । ପରେ ୧୯୬୭ରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ସ୍ଥାପିତ ହେବା ପରେ ଏହା ସେହି ବିଶ୍ୱବିଦ୍ୟାଳୟ ସହ ସ୍ୱତଃଅନୁବନ୍ଧିତ ହେଲା ।

୧୯୨ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହେଇଥିବା ଏହି ସହ ଶିକ୍ଷା ମହାବିଦ୍ୟାଳୟ ୨୦୧୫ ବେଳକୁ ଏକ ସମ୍ପୂର୍ଣ୍ଣ ସ୍ନାତକୋତ୍ତର ମହାବିଦ୍ୟାଳୟରେ ପରିଣତ ହେଇ ପ୍ରାୟ ୪୫୦୦ ଛାତ୍ରୀଛାତ୍ର ଓ ୧୯ଟି ବିଭାଗ ସହ ଚାଲିଛି । ଏଥିରେ ପାରମ୍ପରିକ କଳା, ବିଜ୍ଞାନ, ବାଣିଜ୍ୟ ବିଭାଗ ସହ କମ୍ପ୍ୟୁଟର ପ୍ରୟୋଗ ବିଭାଗ, ବୟନ କଳା ବିଭାଗ, ଫଟୋଗ୍ରାଫି ଶିକ୍ଷା ବିଭାଗ ଆଦି ଆଧୁନିକ ବିଭାଗ ସବୁ ରହିଛି ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri