ଦାବି ପୂରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବେ ଡାକ୍ତରୀ ଛାତ୍ରୀଛାତ୍ର, ଚେତାବନୀ ଦେଇ କହିଲେ…

ବଲାଙ୍ଗୀର,୨୭ା୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି ପୂରଣ ନେଇ ଗୁରୁବାର ପଦଯାତ୍ରା କରାଯାଇଛି। ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲରୁ ପଦଯାତ୍ରା ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ବହୁ ଛାତ୍ରୀଛାତ୍ର ସରକାର ବିରୋଧୀ ନାରାବାଜି ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଏକ ପ୍ରତିନିଧି ଦଳ ଜିଲାପାଳଙ୍କ ଅଫିସକୁ ଯାଇ ଅତିରିକ୍ତ ଜିଲାପାଳ ବିଜୟାନନ୍ଦ ସେଠୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ବଲାଙ୍ଗୀର ଜିଲାରୁ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତିନିଧିତ୍ୱ କରୁଥିଲେ ମଧ୍ୟ ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ଭେଟିବାକୁ ମଧ୍ୟ ଚେଷ୍ଟା କରୁନାହାନ୍ତି। ମନ୍ତ୍ରୀ ଆମକୁ ଖାଲି ମିଥ୍ୟା ପ୍ରତିଶ୍ରୁତି ଦେଇଚାଲିଛନ୍ତି ବୋଲି କହିଛନ୍ତି ଡାକ୍ତରୀ ଛାତ୍ରୀଛାତ୍ର।

ବିଜେଡି ସରକାର ସମୟରେ ବିରୋଧୀ ଦଳର ବିଧାୟକ ଥିବାବେଳେ ମୁକେଶ ମହାଲିଙ୍ଗ ଆମର ଦାବିଗୁଡ଼ିକୁ ନେଇ ସେତେବେଳେ ବିଧାନସଭାରେ ଉପସ୍ଥାପନ କରି ଚିଠି ଲେଖିଥିଲେ। ହେଲେ ଏବେ ଭାଜପା ସରକାରରେ ନିଜେ ସ୍ବାସ୍ଥ୍ୟମନ୍ତ୍ରୀ ଥାଇ ଆମର ଦାବିଗୁଡିକ ପୂରଣ କରୁନାହାନ୍ତି। ପାଖକୁ ଗଲେ ଆମକୁ ଖାଲି ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି ବୋଲି କହିଛନ୍ତି ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର। ୮ ଦଫା ଦାବିରେ ଓପିଏସ୍‌ପି ମାଧ୍ୟମରେ ନୂଆ ସ୍ଥାୟୀ ଆୟୁଷ ମେଡିକାଲ ଅଫିସର ପଦବୀ ସୃଷ୍ଟି କରିବା, ଉଚ୍ଚ ଶିକ୍ଷା ସୁବିଧା ପାଇଁ ପିଜି ଓ ପିଏଚ୍‌ଡି ସିଟ୍‌ ବଢ଼ାଇବା, ଆୟୁଷ ହାଉସ ସର୍ଜନମାନଙ୍କ ପାଇଁ ଡାଇନାମିକ୍‌ ଷ୍ଟାଇପେଣ୍ଡ ବୃଦ୍ଧି, ଆୟୁଷ କଲେଜ ଗଭର୍ନିଂବଡିର ପୁନର୍ଗଠନ, କଲେଜ ଏବଂ ଆୟୁଷ ମନ୍ତ୍ରଣାଳୟର ଗେଜେଟର ପୂର୍ଣ୍ଣ ପ୍ରୟୋଗ କରି ଉଭୟ ଶିକ୍ଷା ଓ ଭିତ୍ତିଭୂମିର ବିକାଶ କରିବାକୁ ଦାବି କରିଛନ୍ତି। ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଯଥା ନିରାମୟ, ଗୋପବନ୍ଧୁ ଜନଆରୋଗ୍ୟ ଆଦିରେ ଆୟୁଷକୁ ସମ୍ମିଳିତ କରିବା ଓ ଆୟୁଷ ଚିକିତ୍ସାଳୟ ନିମନ୍ତେ ସଚେତନତା ଓ ପ୍ରଚାର କରିବାକୁ ଦାବି କରିଛନ୍ତି। ସ୍ବତନ୍ତ୍ର ଆୟୁଷ ବିଭାଗ ସ୍ଥାପନ କରି ଏହାକୁ ରାଜନୈତିକ ଓ ପ୍ରଶାସନିକ ଦ୍ବନ୍ଦ୍ବରୁ ମୁକ୍ତି ଦେବାକୁ ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର ଦାବି କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ସେମାନେ ଅନିର୍ଦ୍ଦିଷ୍ଟ କାଳଯାଏ ମହାବିଦ୍ୟାଳୟରେ ପ୍ରତିବାଦ ଜାରି ରଖିବେ ବୋଲି କହିଛନ୍ତି। ଆଗକୁ ଆହୁରି ବଡ଼ ଆନ୍ଦୋଳନ କରି ଡାକ୍ତରୀ ଛାତ୍ରୀଛାତ୍ର ରାଜରାସ୍ତାକୁ ଓହ୍ଲାଇବେ ବୋଲି ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri