ବ୍ୟବସାୟୀଙ୍କ ଘରେ ସଶସ୍ତ୍ର ଡକାୟତି, ସ୍ତ୍ରୀଙ୍କୁ ଛୁରିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ…

ଝରିଗାଁ,୨୭ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ବଢୁଥିବା ବେଳେ ଦୁର୍ବୃତ୍ତମାନେ କଳାକନା ବୁଲାଇ ନିର୍ଭୟରେ ବୁଲୁଛନ୍ତି। ଯାହାଫଳରେ ଅଞ୍ଚଳରେ ରହୁଥିବା ଛୋଟ ବଡ଼ ବ୍ୟବସାୟୀମାନେ ଏକ ପ୍ରକାର କୋକୁଆ ଭୟରେ ରହୁଛନ୍ତି l ଗତ ମଙ୍ଗଳବାର ରାତିରେ ଝରିଗାଁ ଥାନା ଅଞ୍ଚଳ ହାତୀବାଡ଼ି ଗ୍ରାମ ସାନ୍ତାସାହିର ବ୍ୟବସାୟୀ ତଥା ମକାଚାଷୀ ବିଭୁପଦ ସ୍ବାଇଁଙ୍କ ଘରେ ସଶସ୍ତ୍ର ଡକାୟତ ପଶି ଚୋରି କରିଥିବା ସହ ବ୍ୟବସାୟକଙ୍କୁ ମାଡ଼ ମାରିବା ସହ ସମ୍ପୁକ୍ତ ବ୍ୟବସାୟୀଙ୍କ ସ୍ତ୍ରୀଙ୍କୁ ଛୁରିରେ ଆକ୍ରମଣ କରି ଟଙ୍କା ଓ ସୁନା ଲୁଟ୍‌ କରି ନେଇଛନ୍ତି।

ଖବର ପାଇ ଉକ୍ତ ରାତିରେ ଥାନା ଅଧିକାରୀ ଝରିଗାଁ ମେଡିକାଲରେ ପହଞ୍ଚି ଉଭୟଙ୍କ ବୟାନ ସଂଗ୍ରହ କରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ବୁଧବାର ଅତିରିକ୍ତ ଏସ୍‌ପି ଆଦିତ୍ୟ ସେନ, ଉମରକୋଟ ଏସଡିପିଓ ଶୁଭେନ୍ଦୁ କୁମାର ଶବର, ଝରିଗାଁ ଥାନା ଅଧିକାରୀ ପ୍ରଦୀପ କୁମାର ଶବର ଏବଂ ଉମରକୋଟ ଥାନା ଇନ୍ସପେକ୍ଟର ଶିବ୍‌ଜୀ ପ୍ରସାଦ ପଣ୍ଡା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ଘଟଣା ଘଟିବାର ପ୍ରାୟ ୩୬ ଘଣ୍ଟା ପରେ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧନୀ କୁକୁର ପହଞ୍ଚିଥିଲା।

ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲା ଝରିଗାଁ ଥାନା ଅଞ୍ଚଳ ହାତୀବାଡ଼ି ଗ୍ରାମ ସାନ୍ତାସାହିର ବ୍ୟବସାୟୀ ତଥା ମକାଚାଷୀ ବିଭୁପଦ ସ୍ବାଇଁଙ୍କ ଘରେ ମଙ୍ଗଳବାର ରାତିରେ ସଶସ୍ତ୍ର ଡକାୟତି ହାଇଛି। ବିଭୁପଦଙ୍କ ଶ୍ୱଶୁର ବିନୋଦ ବିହାରୀ ସାମଲ ଝରିଗାଁ ଥାନାରେ ନାରେ ଲିଖିତ ଅଭିଯୋଗ କରିଛନ୍ତି। ଆଲମାରୀ ଭାଙ୍ଗି ୩ ଲକ୍ଷ ଟଙ୍କା ଓ ସୁନାଗହଣା ଚୋରି କରାଯାଇଥିବା ଏତଲାରେ ଉଲ୍ଲେଖ ରହିଛି। ଘଟଣାକୁ ଭିତ୍ତିକରି ପୋଲିସ କେସ୍‌ ନମ୍ବର ୧୮୬/୨୦୨୫ରେ ଏକ ମାମଲା ରୁଜୁ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri