ବରଗଡ଼ ପାଇଁ ଗୌରବ: ୭ କଳାକାରଙ୍କୁ ମିଳିଲା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ବରଗଡ଼,୨୭।୧୧(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ କଳା ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବୁଧବାର ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଭିନ୍ନ  ବର୍ଗର କଳାକାରଙ୍କୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ଏଥିରେ ବରଗଡ଼ ଜିଲା ୭ଜଣ ବିଶିଷ୍ଟ କଳାକାର ରହିଛନ୍ତି।

ମର୍ଯ୍ୟାଦାଜନକ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନରେ ପଦ୍ମଶ୍ରୀ ଭାଗବତ ପ୍ରଧାନ, ଲୋକନାଟ୍ୟରେ ପୂର୍ବତନ କଂସ ମହାରାଜ ତଥା ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ଉପସଭାପତି ଭୁବନେଶ୍ୱର ପ୍ରଧାନ, ଲୋକବାଦ୍ୟରେ ପଶ୍ଚିମ ଓଡ଼ିଶା କଳାକାର ମହାସଂଘର ଅଧ୍ୟକ୍ଷ ଚୈତନ୍ୟ ପାଇକ, ଲୋକନୃତ୍ୟରେ ବିଶିଷ୍ଟ ନୃତ୍ୟ ନିର୍ଦ୍ଦେଶକ ଗାନ୍ଧୀ ବାରିକ, ଲୋକଗୀତରେ ବିଶିଷ୍ଟ କଣ୍ଠଶିଳ୍ପୀ ରୀନା ଦାଶ, ଯୁବ ପ୍ରତିଭା ସମ୍ମାନରେ ସୁନିଲ ବିଭାର ଏବଂ ରମେଶ ଗୁର୍ଲାଙ୍କୁ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବା ସହିତ ମାନପତ୍ର, ଉପଢ଼ୌକନ ଓ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।

ବରଗଡ଼ ଜିଲାରୁ ପ୍ରଥମଥର ପାଇଁ ଏତେ ସଂଖ୍ୟାରେ କଳାକାରଙ୍କୁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିବାରୁ ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯିବା ସହ ପୁରସ୍କୃତ ହୋଇଥିବା କଳାକାରଙ୍କୁ ମହାସଂଘ ସମ୍ପାଦକ ଗୋପବନ୍ଧୁ ପୁରୋହିତ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri