ଧର୍ମେନ୍ଦ୍ର, ମୋହନ, ମୁଁ ଏକାଠି ଆସିଥିଲୁ, ବିଧାନସଭାରେ କାହିଁକି ଏପରି କହିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭ା୧୧: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରି ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ନିଜ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିବା ଏହି ଗୃହରେ ଉପସ୍ଥିତ ରହି ସେ ବହୁତ ଆନନ୍ଦିତ ବୋଲି କହିଥିଲେ।

ନିଜ ସମ୍ବୋଧନରେ ରାଷ୍ଟ୍ରପତି ନିଜ ପୂର୍ବ ଅଭିଜ୍ଞତା ବଖାଣିବା ସହ ବିଧାୟକମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଥିଲେ। ରାଷ୍ଟ୍ରପତି କହିଥିଲେ, “ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ମୁଁ ଏଠାରେ ପହଞ୍ଚି ପାରି ନ ଥାନ୍ତି।” ସେ କହିଥିଲେ ଯେ ସେ ଏହି ଗୃହରେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛନ୍ତି ଏବଂ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ମଧ୍ୟ ଦେଇଛନ୍ତି।

୨୦୦୦ ମସିହାରେ ନିର୍ବାଚିତ ହୋଇ ଆସିଥିବା ସାଥୀମାନଙ୍କୁ ସ୍ମରଣ କରି ସେ କହିଥିଲେ, “ଧର୍ମେନ୍ଦ୍ର, ମୋହନ ଆଉ ମୁଁ ୨୦୦୦ରେ ଏକାଠି ଆସିଥିଲୁ।” ଗ୍ୟାଲେରୀରେ ବସିଥିବା ପୂର୍ବତନ ବିଧାୟକଙ୍କୁ ପାଖରେ ପାଇ ସେ ଆବିଭୂତ ହୋଇଥିଲେ।

ସେ ଓଡ଼ିଶାର ଗୌରବମୟ ଇତିହାସକୁ ମନେ ପକାଇବା ସହ କଳିଙ୍ଗ ଚଣ୍ଡାଶୋକଙ୍କୁ ଧର୍ମାଶୋକରେ ପରିଣତ କରିଛି ବୋଲି କହିଥିଲେ। ସେ ମହତାବ, ବିଜୁ ପଟ୍ଟନାୟକଙ୍କ ସମେତ ବହୁ ନିର୍ମାତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ରାଷ୍ଟ୍ରପତି କହିଥିଲେ ଯେ ଓଡ଼ିଶା ସବୁ ପ୍ରକାର ସମ୍ବଳରେ ପରିପୂର୍ଣ୍ଣ। ଏଣୁ ଏହାକୁ ଏକ ଅଗ୍ରଣୀ ପ୍ରଦେଶରେ ପରିଣତ କରାଯାଇ ପାରିବ।

ସେ ବିଧାୟକମାନଙ୍କୁ ଆହ୍ୱାନ ଦେଇଥିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଏବଂ ଓଡ଼ିଶାର ପ୍ରଗତିକୁ ଜୀବନର ବ୍ରତ ଭାବେ ଗ୍ରହଣ କରନ୍ତୁ। ସେ କହିଥିଲେ ଯେ, “ପ୍ରଜାମାନେ ଅନେକ ସ୍ୱପ୍ନ ନେଇ ଆପଣଙ୍କୁ ପଠାଇଛନ୍ତି। ସେମାନଙ୍କ ମୁହଁରେ ହସ ଫୁଟାଇବା ଆପଣଙ୍କ କର୍ତ୍ତବ୍ୟ।”

ଗୃହର ମର୍ଯ୍ୟାଦା ରକ୍ଷା କରିବାକୁ କହି ସେ କହିଥିଲେ: “ଗୃହରେ ଆପଣଙ୍କ ଉଚ୍ଚାରଣ ଓ ଆଚରଣ ଭଲ ରହିବା ଉଚିତ, କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଦେଖୁଛନ୍ତି।”

ଓଡ଼ିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ୱ ବୃଦ୍ଧି ପାଇଥିବାରୁ ଏବଂ ଜଣେ ମହିଳା ବାଚସ୍ପତି ଗୃହକୁ ଚଳାଉଥିବାରୁ ସେ ଖୁସି ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri