ଦିଗପହଣ୍ଡିର ସ୍ବୟଂ ସହାୟିକା ରାଜ୍ୟସ୍ତରରେ ସମ୍ମାନିତ

ଦିଗପହଣ୍ଡି,୨୭।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗ୍ରାମର ଶ୍ରୀ ଗଣେଶ ମହିଳା ସୟଂ ସହାୟିକା ଗୋଷ୍ଠୀର ପ୍ରମୁଖ ସଦସ୍ୟା ବିନୁ କୁମାରୀ ଗୌଡ଼ ରାଜ୍ୟସ୍ତରରେ ସମ୍ମାନିତ ହୋଇଛନ୍ତି।

ଭୁବନେଶ୍ୱର ସ୍ଥିତ ବହୁମୁଖି କଲ୍ୟାଣ ମଣ୍ଡପ ପରିସରରେ ରାଜ୍ୟ ସୁଭଦ୍ରା ଶକ୍ତି ପକ୍ଷରୁ ପଞ୍ଚମ ଅଡିଟ ସପ୍ତାହ ୨୦୨୫ ଉପଲକ୍ଷେ ଆୟୋଜିତ କାରିଗରୀ ମେଳା ଓ ଖାଦ୍ୟ ମେଳାରେ ବିନୁଙ୍କୁ ସମ୍ମାନିତ କରାଯାଇଛି। ଉଦ୍ୟୋଗୀ ମହିଳା ବିନୁ ଅନ୍ୟ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାଙ୍କୁ ନେଇ ଗତ କିଛି ବର୍ଷ ହେଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି କାଫେ ଖୋଲି ଲୋକଙ୍କୁ ବିଭିନ୍ନ ବ୍ୟଞ୍ଜନର ସୁସ୍ବାଦିଷ୍ଟ ଖାଦ୍ୟ ପରିବେଷଣ କରି ଲୋକଙ୍କ ମନ ଜିଣିଛନ୍ତି।

ଏପରିକି ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ନିଜ ପ୍ରସ୍ତୁତ ସୁସ୍ବାଦୁ ଖାଦ୍ୟ ପରିବେଷଣ କରି ସମ୍ମାନିତ ହେବା ସହ ପୁରସ୍କୃତ ମଧ୍ୟ ହୋଇଥିବାରୁ ତାଙ୍କୁ ରାଜ୍ୟସ୍ତରୀୟ ଖାଦ୍ୟ ମେଳାରେ ଅଂଶଗ୍ରହଣ ପାଇଁ ମନୋନୀତ କରାଯାଇଥିଲା। ଖାଦ୍ୟ ମେଳାରେ ସେ ୧ ଶହରୁ ଊଦ୍ଧର୍‌ବ ଖାଦ୍ୟ ବ୍ୟଞ୍ଜନ ପରିବେଷଣ କରି ଶ୍ରେଷ୍ଠ ବିବେଚିତ ହୋଇ ଉପସ୍ଥିତ ଅତିଥିଙ୍କ ଦ୍ୱାରା ସମ୍ମାନିତ ହେବା ସହ ପୁରସ୍କୃତ ହୋଇଛନ୍ତି। ରାଜ୍ୟସ୍ତରୀୟ ପୁରସ୍କାର ପାଇବା ପରେ ବିଡ଼ିଓ ଅନାମିକା ପାଣ୍ଡେଙ୍କ ସମେତ ବ୍ଳକର ସମସ୍ତ ଅଧିକାରୀ, କର୍ମଚାରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri