ଗୌରବ ଆଣିଲା ଓଡ଼ିଶା: ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ମିଳିଲା ଗୋଲ୍ଡ ମେଡାଲ

ଭୁବନେଶ୍ୱର,୨୭ା୧୧: ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ରେ ଓଡ଼ିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରିଛି ଏବଂ ଗୋଲ୍ଡ ମେଡାଲ୍ ହାସଲ କରିଛି। ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (ITPO) ତରଫରୁ ଏହି ପୁରସ୍କାର ଆଜି ପ୍ରଦାନ କରାଯାଇଛି।

ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁସି ପ୍ରକାଶ କରିବା ସହିତ ଟିମ୍ ଓଡ଼ିଶାକୁ ଅଭିନନ୍ଦନ ଓ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟର ମର୍ଯ୍ୟାଦା ବୃଦ୍ଧି କରିବା ଦିଗରେ ଏହା ଏକ ଉଲ୍ଲେଖଯୋଗ୍ୟ ସଫଳତା।” ମୋଟ ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଏହି ବାଣିଜ୍ୟ ମେଳାରେ ଅଂଶଗ୍ରହଣ କରିଥିଲେ।

ଓଡ଼ିଶା ସାମଗ୍ରୀକ ପ୍ରଦର୍ଶନ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ଏହି ସଫଳତା ପାଇଛି। ଏହା କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ଓଡ଼ିଶା ଏହି ପୁରସ୍କାର ହାସଲ କରିଥିବା ବେଳେ ଏହାକୁ ମିଶାଇ ଦୁଇ ଥର ଗୋଲ୍ଡ ମେଡାଲ୍ ପାଇଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାରେ ରାଜ୍ୟ ସରକାରଙ୍କର ୯ଟି ବିଭାଗର ୨୬ଟି ଷ୍ଟଲ ସ୍ଥାନୀତ ହୋଇଥିଲା। ଏହି ପ୍ରଦର୍ଶନୀ ମାଧ୍ୟମରେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ଏବଂ ଏକ ଭାରତ ଶ୍ରେଷ୍ଠ ଭାରତର ଆଭିମୁଖ୍ୟ ଉପସ୍ଥାପିତ କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ମାଝୀ ଗତ ୨୨ ତାରିଖରେ ଓଡ଼ିଶା ରାଜ୍ୟ ଦିବସ ସମାରୋହ ଅବସରରେ ଓଡ଼ିଶା ମଣ୍ଡପ ବୁଲି ଦେଖି ଓଡ଼ିଶାର କଳା, ଐତିହ୍ୟ ଓ ପରମ୍ପରା ପ୍ରଦର୍ଶନର ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri