ଆବେଦନ ଖାରଜ କଲେ ହାଇକୋର୍ଟ: କେଭି ସିଂହଦେଓ, ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ଚାଲିବ ମାମଲା

କଟକ,୨୮ା୧୧: ୨୦୨୪ ବିଧାନସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ମାମଲା ଚାଲିବ। ଉଭୟ ନେତାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ ଗୁରୁବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି।

କେଭି ସିଂହଦେଓଙ୍କ ବିରୋଧରେ ପାଟଣାଗଡ଼ ଏବଂ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ କଣ୍ଟାବାଞ୍ଜି ବିଧାନସଭା ଆସନରେ ନିର୍ବାଚନ ସମ୍ବନ୍ଧୀୟ ଅନିୟମିତତା ମାମଲା ରୁଜୁ ହୋଇଛି। ଉଭୟ ନେତା ଏହି ମାମଲାଗୁଡ଼ିକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଏବଂ ବିନା ଶୁଣାଣିରେ ଖାରଜ କରିବା ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ।

ହାଇକୋର୍ଟ ଏହି ଆବେଦନକୁ ଗ୍ରହଣ ନକରି ଖାରଜ କରିଦେବା ଫଳରେ ଏବେ ଉଭୟଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ମାମଲାର ପୂର୍ଣ୍ଣ ଶୁଣାଣି ଚାଲିବ। ସୂଚନାଯୋଗ୍ୟ ଯେ ଲକ୍ଷ୍ମଣ ବାଗ୍ ୨୦୨୪ ନିର୍ବାଚନରେ କଣ୍ଟାବାଞ୍ଜି ଆସନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri