୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ ବିଭାଗକୁ କେତେ…

ଭୁବନେଶ୍ୱର,୨୮।୧୧: ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ ହୋଇଛି। ଶୁକ୍ରବାର ଗୃହରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ବ୍ୟୟ ଅଟକଳ କରାଯାଇଛି। ଧାନ କ୍ରୟ ପାଇଁ ରିଭଲଭିଂ ପାଣ୍ଠି ୩ ହଜାର କୋଟି ଏବଂ ଚାଷୀଙ୍କୁ MSP ଓ ଇନପୁଟ ସହାୟତା ବାବଦରେ ୮୫୦ କୋଟି ବ୍ୟୟ ଅଟକଳ ହୋଇଛି। ସେହିପରି ଚାଷୀଙ୍କ ଋଣ ସୁଧ ଛାଡ଼ ପାଇଁ ସମବାୟ ବ୍ୟାଙ୍କ/ପ୍ୟାକ୍ସକୁ ୩୦୦ କୋଟି, ଜାତୀୟ ସ୍ବାସ୍ଥ୍ୟ ମିଶନ (NHM) ପାଇଁ ୯୯୪ କୋଟି, ମିଶନ ଶକ୍ତି କାର୍ଯ୍ୟକ୍ରମ ପାଇଁ ୪୦୫ କୋଟି, ଜାତୀୟ ଗ୍ରାମୀଣ ଜୀବିକା ମିଶନ ପାଇଁ ୪୨୬ କୋଟି, ରାସ୍ତା ଓ ସେତୁ ରକ୍ଷଣାବେକ୍ଷଣ ପାଇଁ ୨୫୦ କୋଟି ବ୍ୟୟବରାଦ ହୋଇଛି। ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପ ପାଇଁ ୧୧୬ କୋଟି, ଜାତୀୟ ବିପର୍ଯ୍ୟୟ ବିପଦ ପ୍ରଶମନ ପାଣ୍ଠି ୧୭୧ କୋଟି, ପଞ୍ଚାୟତିରାଜ ସଂସ୍ଥାଗୁଡ଼ିକ ପାଇଁ ୧୬୪ କୋଟି। ଅତିରିକ୍ତ ବଜେଟ ଆଗତ ପରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ ମୁଲତବି ରଖାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri