ଭୁବନେଶ୍ୱର,୨୮।୧୧: ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ଗୃହରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି । ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ବ୍ୟୟ ଅଟକଳ କରାଯାଇଛି। ଧାନ କ୍ରୟ ପାଇଁ ରିଭଲଭିଂ ପାଣ୍ଠି ୩ ହଜାର କୋଟି ଏବଂ ଚାଷୀଙ୍କୁ MSP ଓ ଇନପୁଟ ସହାୟତା ବାବଦରେ ୮୫୦ କୋଟି ବ୍ୟୟ ଅଟକଳ ହୋଇଛି। ସେହିପରି ଚାଷୀଙ୍କ ଋଣ ସୁଧ ଛାଡ଼ ପାଇଁ ସମବାୟ ବ୍ୟାଙ୍କ/ପ୍ୟାକ୍ସକୁ ୩୦୦ କୋଟି, ଜାତୀୟ ସ୍ବାସ୍ଥ୍ୟ ମିଶନ (NHM) ପାଇଁ ୯୯୪ କୋଟି, ମିଶନ ଶକ୍ତି କାର୍ଯ୍ୟକ୍ରମ ପାଇଁ ୪୦୫ କୋଟି, ଜାତୀୟ ଗ୍ରାମୀଣ ଜୀବିକା ମିଶନ ପାଇଁ ୪୨୬ କୋଟି, ରାସ୍ତା ଓ ସେତୁ ରକ୍ଷଣାବେକ୍ଷଣ ପାଇଁ ୨୫୦ କୋଟି ବ୍ୟୟବରାଦ ହୋଇଛି। ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପ ପାଇଁ ୧୧୬ କୋଟି, ଜାତୀୟ ବିପର୍ଯ୍ୟୟ ବିପଦ ପ୍ରଶମନ ପାଣ୍ଠି ୧୭୧ କୋଟି, ପଞ୍ଚାୟତିରାଜ ସଂସ୍ଥାଗୁଡ଼ିକ ପାଇଁ ୧୬୪ କୋଟି ବ୍ୟୟ ଅଟକଳ କରାଯାଇଛି।


