ଏଏନ୍‌ଏମ୍‌ଙ୍କୁ ଆକ୍ରମଣ ଘଟଣା: ଜାମିନ ନାମାଞ୍ଜୁର ହେବାରୁ ଜେଲ ଗଲେ…

ଦାରିଙ୍ଗବାଡି, ୨୮ା୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନ୍‌ଏମ୍‌ ବୁଲିଦେଈ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଅଟକ ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଶୁକ୍ରବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ସୋନପୁରର ଗୋବିନ୍ଦ ବେହେରା (୨୬)। ଦାରିଙ୍ଗବାଡି ଜେଏମ୍‌ଏଫସିରେ ତାଙ୍କୁ ହାଜର କରାଯାଇଥିଲା। ସେଠାରେ ଗୋବିନ୍ଦଙ୍କ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପରେ ତାଙ୍କୁ ବାଲିଗୁଡା ବିଚାରବିଭାଗୀୟ ହାଜତକୁ ପଠାଯାଇଛି ।
ଖବରରୁ ପ୍ରକାଶ, ମଙ୍ଗଳବାର ଏଏନ୍‌ଏମ୍‌ ବୁଲିଦେଈ ନିଜ ସରକାରୀ ବାସଭବନରେ କାର୍ଯ୍ୟ କରୁଥିବା ବେଳେ ଗୋବିନ୍ଦ ପୂର୍ବରୁ ଆସି ତାଙ୍କ ଘର ବାହାରେ ଲୁଚି ରହିଥିଲେ। ବୁଲି ତାଙ୍କ ଘର ଫାଟକରେ ତାଲା ପକାଇବାକୁ ଆସିଥିବା ବେଳେ ଗୋବିନ୍ଦ ବାଟୁଳିଖଡ଼ାରେ ତାଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ବୁଲିଙ୍କ ବାମ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱରର ଏମ୍‌ସ୍‌କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ବୁଧବାର ବୁଲିଙ୍କ ମା’ ଏବଂ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଥାନାରେ ଅଭିଯୋଗ ପରେ ନଂ. ୨୨୭/୨୫ରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରି ଗୋବିନ୍ଦଙ୍କୁ ଧରି ଆଣି ଅଟକ ରଖି ପଚରାଉଚରା ଜାରି ରଖିଥିଲା। ଏବେ ତାଙ୍କୁ ଗିରଫ କରାଯାଇଛି।
ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ବ୍ଲକ୍‌ର ୨୫ ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ ବୁଲିଙ୍କୁ ମାଗଣା ଚିକିତ୍ସା, ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ଦେବା ଓ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ସେମାନେ ଏନେଇ ବିଭାଗୀୟ ମନ୍ତ୍ରୀ, ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଅବଗତ କରାଇଛନ୍ତି। ଶୁକ୍ରବାର ଆଶାକର୍ମୀମାନେ ସମାନ ଦାବି ରଖି ଗୋବିନ୍ଦଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିକରି ଏକ ଦାବିପତ୍ର ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ପ୍ରଦାନ କରିଛନ୍ତି। ଏଥିସହ ସେମାନେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ମଧ୍ୟ ଚିଠି ଲେଖିଛନ୍ତି। ଏ ସମ୍ପର୍କରେ ଥାନାରେ ଅଭିଯୋଗ ହେବା ପରେ ମାମଲା ରୁଜୁ ହୋଇ ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥବା ତଦନ୍ତକାରୀ ଅଧିକାରୀ ଜୟନ୍ତ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri