ଅନ୍ୟ ଜାତିରେ ବିବାହ କରିଥିଲେ ବାପା, ପୁଅର ମୃତଦେହ ଛୁଇଁଲେନି ସମାଜ ଲୋକେ

ଚନ୍ଦାହାଣ୍ଡି/ନବରଙ୍ଗପୁର,୨୯।୧୧(ଦିଲ୍ଲୀପ ଦାସ/ସଦଶିବ ପ୍ରହରାଜ): ଯେତେ ସଚେତନକଲେ ମଧ୍ୟ ଲୋକଙ୍କ ଭିତରେ ଏବେ ମଧ୍ୟ ଅନ୍ଧବିଶ୍ୱାସ, ଜାତିପ୍ରଥା ଭରି ରହିଛି। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଅଞ୍ଚଳରେ। ଗୁରୁବାର ରାତିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। କିନ୍ତୁ ମୃତକଙ୍କ ବାପା ଅନ୍ୟ ଜାତିରେ ବିବାହ କରିଥିବାରୁ ତାଙ୍କ ସମାଜ ଲୋକ ମୃତଦେହ ଛୁଇଁଲେନାହିଁ। ଏବେକାର ସମାଜକୁ ଜାତିପ୍ରଥା କିଭଳି କବଳିତକରି ରଖିଛି ଏହା ହେଉଛି ତାହାର ଜ୍ୱଳନ୍ତ ଉଦାହରଣ।
ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନ ଅଣ୍ଟିପଡ଼ା ଗ୍ରାମର ନବୀନ ନାୟକ (୨୦) କିଡ୍‌ନୀ ରୋଗରେ ପୀଡ଼ିତ ହୋଇ ଗୁରୁବାର ରାତିରେ ମୃତ୍ୟୁବରଣ କରିଛନ୍ତି। କିନ୍ତୁ ତାଙ୍କ ମୃତଦେହ ଉଠାଇବାକୁ କେହି ଆସିଲେ ନାହିଁ। କାରଣ ନବୀନଙ୍କ ବାପା ଅନ୍ୟ ଜାତିରେ ବିବାହ କରିଥିଲେ। ଏପରିକି ନବୀନଙ୍କ ବାପା କିମ୍ବା ମା’ଙ୍କ ପରିବାର ଲୋକ ମଧ୍ୟ ଆସିଲେନାହିଁ। ଖବରପାଇ ଶୁକ୍ରବାର ସକାଳେ ସାମାଜକ କର୍ମୀ ଭରତ ବାଘ୍‌ ଏବଂ ଭାଜପା ମାଲଗାଁ ମଣ୍ଡଳ ସଭାପତି ତରନ୍‌ ନାୟକ ଅଣ୍ଟିପଡ଼ାରେ ପହଞ୍ଚିଥିଲେ। ଗାଁ ଲୋକଙ୍କୁ ବୁଝାଶୁଝା କରିବା ସତ୍ତ୍ୱେ କେହି ଆସିଲେନାହିଁ। ଶେଷରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଏବଂ ବଜରଙ୍ଗ ଦଳ ସହ ଯୋଗାଯୋଗ କରାଯାଇଥିଲା। ଖବର ଶୁଣି ଆର୍‌ଏସ୍‌ଏସ୍‌ ବ୍ୟବସ୍ଥା ପ୍ରମୁଖ ଲୋକେଶ ସମରଥ, ପ୍ରଚାର ପ୍ରମୁଖ ହୃଷୀକେଶ ନାୟକ, ବଜରଙ୍ଗ ଦଳ ପ୍ରମୁଖ ଶ୍ରୀମନ୍ତ ରଥଙ୍କ ସହ ସଂଘର ଅନ୍ୟମାନେ ପହଞ୍ଚତ୍ ମୃତଦେହ ଉଠାଇଥିଲେ। ସେମାନେ କୋକେଇରେ ମୃତଦେହକୁ ସସମ୍ମାନେ ନେଇ ଦୀର୍ଘ ୩ କି.ମି. ଦୂରରେ ସତ୍କାର କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri