ପାଚେରି ଡେଇଁ ଗୁରୁତର ଛାତ୍ରଙ୍କୁ ଉଦ୍ଧାରକଲେ ପ୍ରଦୀପ ମାଝୀ: ଚିକିତ୍ସା ନ କରାଇ ୯ଦିନ ପର୍ଯ୍ୟନ୍ତ ହଷ୍ଟେଲରେ ତାଲା ପକାଇ ରଖିଥିଲେ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର ଧନେଶ୍ୱର ଭତ୍ରାଙ୍କ ମୁହ କ୍ଷତିବିକ୍ଷକ୍ତ ହୋଇଥିଲା। ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ଡାକ୍ତରଖାନା ନ ନେଇ ହଷ୍ଟେଲ ଭିତରେ ଦୀର୍ଘ ୯ ଦିନ ଧରି ତାଲା ପକାଇ ରଖିଥିଲେ। ତେବେ ଶୁକ୍ରବାର କୌଣସି ସୂତ୍ରରୁ ଖବର ପାଇ ନବରଙ୍ଗପୁର ପୂର୍ବତନ ଏମ୍‌ପି ତଥା ବିଜେଡି ବରିଷ୍ଠ ସାଧାରଣ ସମ୍ପାଦକ ପ୍ରଦୀପ ମାଝୀ ହଷ୍ଟେଲ ପାଚେରି ଡେଇଁ ତାଙ୍କୁ ଉଦ୍ଧାର କରିଥିଲେ। ଏଥିସହ ରାତି ୧୦ଟାରେ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟକୁ ଆସି ଛାତ୍ରଙ୍କୁ ଜିଲାପାଳଙ୍କୁ ହସ୍ତାନ୍ତର କରିଥିଲେ। ଗଣଶିକ୍ଷା ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ମଙ୍ଗଳ ବିଭାଗ ପକ୍ଷରୁ ହଷ୍ଟେଲ ପରିଚାଳନା ହେଉଥିବା ବେଳେ ଏ ବିଷୟରେ କୌଣସି ଅଧିକାରୀ କିପରି ଜାଣିପାରିଲେ ନାହିଁ ବୋଲି ପ୍ରଦୀପ ପ୍ରଶ୍ନ କରିଥିଲେ। ଜିଲାପାଳ ମଧ୍ୟ ସମାନ ପରିମାଣର ଦାୟୀ ବୋଲି ପ୍ରଦୀପ ତାଙ୍କୁ ସିଧାସଳଖ କହିଥିଲେ। ଛାତ୍ରଙ୍କୁ ଚିକିତ୍ସା ନ କରି ୯ ଦିନ କାଳ ବନ୍ଦ ରଖି ହତ୍ୟା ଉଦ୍ୟମ କରାଯାଇଛି ବୋଲି ପ୍ରଦୀପ କହିଛନ୍ତି। ଧନେଶ୍ୱରଙ୍କର କୌଣସି କ୍ଷତି ହେଲେ ଜିଲାରେ ଆନ୍ଦୋଳନ ହେବ ବୋଲି ସେ କହିଛନ୍ତି। ଏଥିସହ ଘଟଣାସ୍ଥଳରେ ଉପସ୍ଥିତ ଥିବା ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ରଙ୍କୁ ଏଥିପାଇଁ ଦାୟୀ କରିବା ସହ ଧନେଶ୍ୱରଙ୍କ କ୍ଷତି ହେଲେ ଫାୟାରିଂ କରିଦେବେ ବୋଲି ପ୍ରଦୀପ କହିଛନ୍ତି। ତେବେ ପ୍ରଧାନଶିକ୍ଷକ ଏଯାଏ ଘଟଣା ସମ୍ପର୍କରେ ଅବଗତକରି ନାହାନ୍ତି ବୋଲି ମଙ୍ଗଳ ଅଧିକାରୀ କହିଛନ୍ତି। ଏନେଇ ଜିଲାପାଳ ମହେଶ୍ବର ସ୍ବାଇଁ କହିଛନ୍ତି, ଘଟଣା ଜଣାପଡିବା ପରେ ଡିଇଓ ଏବଂ ଜିଲା ମଙ୍ଗଳ ଅଧିକାରୀଙ୍କୁ ଡକାଯାଇଛି। ଘଟଣାର ତଦନ୍ତ ହେବ। ଛାତ୍ର ଜଣକ କେଉଁ ପରିସ୍ଥିତିରେ ରୋଷେଇଘରକୁ ଯାଇଥିଲେ, ପ୍ରଧାନ ଶିକ୍ଷକ କାହିଁକି ଜଣାଇ ନ ଥିଲେ ତାହାର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅତିରିକ୍ତ ଜିଲାପାଳ ବିଶ୍ୱଜିତ ବର୍ମନ ଛାତ୍ରଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିକରିଛନ୍ତି। ଘଟଣାସ୍ଥଳରେ ଡିଇଓ ଛତ୍ରପତି ସାହୁ, ବିଜ୍ଞାନ ପରିଦର୍ଶକ ଚିତ୍ତରଞ୍ଜନ ପଟ୍ଟନାୟକ, ପୋଲିସ ଏସ୍‌ଆଇ ସବିର ଅହମ୍ମଦ, ଏଏସ୍‌ଆଇ ତୁଳସୀରାମ ପୂଜାରୀ, ଶିବଶଙ୍କର ସ୍ବାଇଁ, ବିଜେଡି ନଗର ସଭାପତି ପ୍ରମୋଦ ରଥ, ସୂର୍ଯ୍ୟକାନ୍ତ ଲେଙ୍କା, ସଞ୍ଜୟ ନାୟକ, କୁନା ପାଢ଼ୀ, ସନୁଜ ତ୍ରିପାଠୀ, ରାମ ମହାପାତ୍ର, ଶୁଭ୍ରାଂଶୁ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri