Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ
ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।
ବୃଷ
ବୃଷ
ଆଜିର ଚନ୍ଦ୍ରଙ୍କ ସ୍ଥିତି ପ୍ରଭାବରେ ବନ୍ଧୁଙ୍କ ସମସ୍ୟାର ସମାଧାନ ଦିଗରେ ମୁଣ୍ଡ ପୂରାଇବେ। କଥା କଥାକେ ମଉଜିଆ କଥା କହିବାକୁ ନେଇ କଳହ ଲାଗିପାରେ। ଅନ୍ୟମାନଙ୍କ ଉପରେ ବିରକ୍ତ ହୋଇ କାର୍ଯ୍ୟପ୍ରବାହକୁ ଅବରୁଦ୍ଧ କରିଦେବେ। ବନ୍ଧୁଙ୍କ ସହଯୋଗରେ ଶିଳ୍ପ, ବାଣିଜ୍ୟ, ପରିବହନ ଭଲରେ ଚାଲିବ।
ମିଥୁନ
ମିଥୁନ
ମୁଖଭାବରେ ଗୁରୁଥିବାରୁ ଆପଣଙ୍କ ଇଚ୍ଛାନୁକୂଳ କାର୍ଯ୍ୟ ଓ ପ୍ରାପ୍ୟ ପାଇଁ ମାର୍ଗ ସୁଗମ କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ବିଜୟଲାଭ କରିବା ସାଙ୍ଗକୁ ବନ୍ଧୁଙ୍କୁ ଆପେଣଇ ନେବାରେ ସମର୍ଥ କରାଇବ। ଯୋଜନା, ସାଂଗଠନିକ କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ପରିବାରରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି।
କର୍କଟ
କର୍କଟ
ଚନ୍ଦ୍ରଙ୍କ ପ୍ରତି ବୁଧଙ୍କ ଦୃଷ୍ଟିରୁ ବନ୍ଧୁଙ୍କ ସହ ବିବାଦ ଓ କିଛି ନୂତନ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ। ନିର୍ଦ୍ଦିଷ୍ଟ ସ୍ଥାନରେ ସହକର୍ମୀଙ୍କୁ ନ ପାଇ ବ୍ୟସ୍ତ ହେବେ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ ନୀଚ୍ଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ପରିଜନଙ୍କ ସହ କୌଣସି ଯାତ୍ରା ଓ ନୂତନ କର୍ମାରମ୍ଭ ଆଲୋଚନା ଫଳପ୍ରଦ ହେବ।
ସି˚ହ
ସି˚ହ
ଧନାଧିପତିଙ୍କ ପ୍ରଭାବରେ ଆଶାଜନକ ଅର୍ଥ ପ୍ରଦାନର ସୁଯୋଗ ନ ଦେଲେ ମଧ୍ୟ ବନ୍ଧୁଙ୍କ ସୁନ୍ଦର ବ୍ୟବହାରରେ ଖୁସି ରହିବେ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ କରିବ। କୌଣସି କ୍ଷେତ୍ରରେ ଆଜି ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି। ସାମାଜିକ ସ୍ତରରେ ସାହିତ୍ୟ, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ରାହୁଙ୍କ ପ୍ରଭାବରେ କୌଶଳ ପ୍ରୟୋଗକରି କାର୍ଯ୍ୟ ହାସଲ କରିବେ। ସନ୍ତାନଙ୍କ ସମସ୍ୟା ବ୍ୟସ୍ତବିବ୍ରତ କରାଇବାର ଆଶଙ୍କା ଉପୁଜିବାର ସୂଚନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଶନିଙ୍କ ପ୍ରଭାବରୁ ସନ୍ଦେହ ଘେରରେ ରହିବେ। ଟଙ୍କା ପଇସା ଦେଣନେଣକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ।
ତୁଳା
ତୁଳା
ଆଜି ଦୂରସ୍ଥାନକୁ ଯାତ୍ରା କିମ୍ବା କର୍ମକ୍ଷେତ୍ରରେ ସ୍ଥାନାନ୍ତର ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି। ନୂତନ ବନ୍ଧୁ ସମ୍ପର୍କ ଓ ସୁଚିନ୍ତିତ କାର୍ଯ୍ୟଧାରା କାମକୁ ଅଗ୍ରଗାମୀ କରାଇବ। ତୃତୀୟାଧିପତିଙ୍କ ପ୍ରଭାବରେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ନିର୍ଦ୍ଦିଷ୍ଟ କାରଣ ନ ଥାଇ ସାୟାହ୍ନେ ମନଟା ଭଲ ଲାଗିବ ନାହିଁ।
ବିଛା
ବିଛା
କୋଣଭାବସ୍ଥ ଶନି ମାନସିକ ଉଦାସୀନତା ସୃଷ୍ଟିକରି ଅନ୍ୟମାନଙ୍କ ନିକଟରେ ସନ୍ଦେହାଚ୍ଛନ୍ନ କରି ରଖିପାରେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ଭଲ। ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ସଭା ସମିତି ଓ ମନୋରଞ୍ଜନରେ ଉତ୍ସାହିତ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ଅପରାହ୍ନରେ ଟେନ୍‍ସନ୍‍ ବଢ଼ିପାରେ।
ଧନୁ
ଧନୁ
ଅନୁକୂଳ ଗ୍ରହସ୍ଥିତିରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‍ ହେବନି। ପଡ଼ୋଶୀଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିପାରେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କହି ସହକର୍ମୀ କିମ୍ବା ଆତ୍ମୀୟମାନେ ଦୂରେଇ ରହିପାରନ୍ତି।
ମକର
ମକର
ଏକାଦଶସ୍ଥ ଗ୍ରହଜନିତ ସମ୍ପର୍କୀୟଙ୍କୁ ସାହାଯ୍ୟ ପ୍ରତିଶ୍ରୁତି ଦେଇ ଶ୍ରଦ୍ଧାଭାଜନ ହେବେ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ସାଙ୍ଗକୁ ସ୍ଥଗିତ କାମଗୁଡ଼ିକ ପାଇଁ ଯୋଜନା ବନେଇ ପାରନ୍ତି। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ ପାଇଁ ଆଗଭର ହୋଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ବିଶେଷ ଲାଭ ପାଇବେ।
କୁମ୍ଭ
କୁମ୍ଭ
ଆଜି ଦିନରେ ବହୁତ ଭଲ କାମ କରିବେ। ପୂର୍ବ ଚିନ୍ତିତ ଆଶା ଓ ଅଭିଳାଷ ପୂରଣ ହେବା ସାଙ୍ଗକୁ ଅର୍ଥ ପାଇ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ। ଦ୍ୱାଦଶସ୍ଥାନକୁ ବୃହସ୍ପତିଙ୍କ ଦୃଷ୍ଟିରୁ ସ୍ବର୍ଣ୍ଣାଳଙ୍କାର ପ୍ରଭୃତି କ୍ରୟ କରିବା ସକାଶେ ମନ ବଳିବ। ପରିବାର ମଧ୍ୟରେ ଛୋଟ କଥାକୁ ଧରିବସିଲେ ଅଯଥା ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ।
ମୀନମୀନ
କର୍ମକ୍ଷେତ୍ରରୁ ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟି କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। କେତୁଙ୍କ କୁପ୍ରଭାବରୁ ବାକି ରହିଥିବା ଅର୍ଥ ଆଦାୟ କରିବାକୁ ଯାଇ ବାକ୍‍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ ଏବଂ କୌଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ...

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର...

ରାଶିଫଳ: ରବିବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ...

ରାଶିଫଳ: ଶନିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ...

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା...

ରାଶିଫଳ: ଗୁରୁବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି...

ରାଶିଫଳ: ବୁଧବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ ଅଷ୍ଟମସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ ମାନସିକ ସ୍ଥିତି ଭଲ ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଊଣା ହେବନାହିଁ। ଦୀର୍ଘଦିନରୁ ଭଲ ସମ୍ପର୍କ ଥାଇ...

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବୃଥା ବିବାଦ, କଥା କଟାକଟି, ଟଣାଓଟରା ମଧ୍ୟରେ ଠିକ୍‍ ନିଷ୍ପତ୍ତିରେ ଉପନୀତ ହୋଇପାରିବେ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri