ବିଦ୍ୟାଳୟରୁ ୨୦ ଛାତ୍ର କୁଆଡ଼େ ଉଭାନ: ଚିନ୍ତାରେ ଅଭିଭାବକ

କୋରାପୁଟ,୧।୧୨(ଅମିତାଭ ବେହେରା): କୋରାପୁଟ ସରକାରୀ ଉଛ ବିଦ୍ୟାଳୟ -ଲଙ୍କାପୁଟର ଛାତ୍ରବାସରୁ ୨୦ ଛାତ୍ର ନିଖୋଜ। ଆଜି ସକାଳୁ ପ୍ରଥମରୁ ପଞ୍ଚମ ର ୨୦ ଜଣ ଛାତ୍ର କୁଆଡେ ଚାଲି ଯାଇଥିବା ସୂଚନା ମିଳିଛି। ଛାତ୍ରବାସ ଆଗରେ ନିଖୋଜ ଛାତ୍ରଙ୍କ ଅଭିଭାବକମାନେ ଖୋଜାଖୋଜି କରିବା ସହ ହଷ୍ଟେଲ ଆଗରେ କାନ୍ଦ ବୋବାଳି ପଡ଼ିଛି। କୁଆଡେ ଗଲେ କାହିଁକି ଗଲେ ତାହା ଅସ୍ପଷ୍ଟ ରହିଛି। ଅଭିଭାବକମାନେ ଚିନ୍ତାରେ ଥିବା ବେଳେ ସ୍କୁଲ କର୍ତ୍ତୃପକ୍ଷ ନୀରବ ଅଛନ୍ତି । ଲଙ୍କାପୁଟ ସ୍କୁଲରେ ଆଖପାଖ ଗ୍ରାମର ଅର୍ଥାତ, ଶୁକୁ, ହାଟ ସୁକୁ,ପିତେଇ ଭଳି ଗ୍ରାମର ଆଦିବାସୀ ଛାତ୍ରମାନେ ଏଠାରେ ରହି ପାଠ ପଢୁଛନ୍ତି । ପ୍ରଥମରୁ ପଞ୍ଚମ ଶ୍ରେଣୀର ଏହି କୁନି କୁନି ପିଲାମାନେ କୁଆଡେ ଗଲେ, କାହିଁକି ଗଲେ, ଖାଇଛନ୍ତି କି ନାହିଁ ବର୍ତ୍ତମାନ ସୁଦ୍ଧା କିଛି ଖୋଜଖବର ମିଳି ନାହିଁ। ପାଖରେ କୋଲା ଜଳଭଣ୍ଡାର ରହିଛି ଓ ବଣ ପାହାଡ଼ ବି ଅଛି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ପିଲାଙ୍କ ଅଭିଭାବକମାନେ ସମ୍ପର୍କୀୟ ଓ ନିକଟସ୍ଥ ଅଞ୍ଚଳରେ ଖୋଜାଖୋଜି ଜାରି ରଖିଛନ୍ତି। କିନ୍ତୁ ଶିକ୍ଷା ବିଭାଗ ଅଧିକାରୀ ଏବେ ସୁଦ୍ଧା ସ୍କୁଲରେ ପହଞ୍ଚିନାହାନ୍ତି ।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri