ଶହେ ତମ ଜନ୍ମଦିନ ପୂର୍ବରୁ AIIMS-ଭୁବନେଶ୍ୱରକୁ ୩.୪ କୋଟି ଟଙ୍କା ଦାନ କଲେ ଡାକ୍ତର ଲକ୍ଷ୍ମୀ ବାଇ

ଭୁବନେଶ୍ୱର,୧।୧୨: ଆସନ୍ତା ଡିସେମ୍ବର ୫ ତାରିଖରେ ଶହେ ବର୍ଷରେ ପାଦ ଦେବା ପୂର୍ବରୁ ଓଡ଼ିଶାର ଜଣାଶୁଣା ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର କେ. ଲକ୍ଷ୍ମୀ ବାଇ ତାଙ୍କ ଜୀବନ ବ୍ୟାପୀ ସଞ୍ଚୟରୁ ୩.୪ କୋଟି ଟଙ୍କା AIIMS-ଭୁବନେଶ୍ୱରକୁ ଦାନ କରିଛନ୍ତି। ମହିଳାଙ୍କ କର୍କଟ ରୋଗ ଚିକିତ୍ସା ସେବାକୁ ସୁଦୃଢ଼ କରିବା ପାଇଁ ସେ ଏହି ଅର୍ଥ ଦାନ କରିଛନ୍ତି।

ଏହି ଅନୁଦାନ AIIMS-ଭୁବନେଶ୍ୱରରେ ଏକ ସ୍ୱତନ୍ତ୍ର ‘ଗାଇନୋକୋଲୋଜିକାଲ୍ ଅଙ୍କୋଲୋଜି ପ୍ରୋଗ୍ରାମ୍’ ସ୍ଥାପନ କରିବାରେ ସାହାଯ୍ୟ କରିବ ବୋଲି ଡାକ୍ତର ଲକ୍ଷ୍ମୀ ଆଶା ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମ ଭବିଷ୍ୟତର ବିଶେଷଜ୍ଞମାନଙ୍କୁ ତାଲିମ ଦେବା ସହ କର୍କଟ ସହ ଲଢ଼ୁଥିବା ମହିଳାଙ୍କ ପାଇଁ ଉନ୍ନତ ଚିକିତ୍ସା ବିକଳ୍ପ ଯୋଗାଇବ।

ପଚାଶ ବର୍ଷରୁ ଅଧିକ ସମୟ ଧରି ସେ ଓଡ଼ିଶାର ମହିଳାମାନଙ୍କୁ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଅନବଦ୍ୟ ଯୋଗଦାନ ଦେଇଛନ୍ତି। ସେ ଡିସେମ୍ବର ୫, ୧୯୨୬ରେ ଜନ୍ମଗ୍ରହଣ କରିଥିଲେ ଏବଂ ୧୯୪୫ ବ୍ୟାଚ୍‌ରେ SCB ମେଡିକାଲ୍ କଲେଜର ପ୍ରଥମ MBBS ବ୍ୟାଚ୍‌ର ଛାତ୍ରୀ ଥିଲେ। ୧୯୫୦ରେ ଡାକ୍ତରୀ ଡିଗ୍ରୀ ହାସଲ ପରେ ସେ ମାଡ୍ରାସ ମେଡିକାଲ୍ କଲେଜରୁ ପ୍ରସୂତି ଏବଂ ସ୍ତ୍ରୀ ରୋଗରେ DGO ଏବଂ MD ଡିଗ୍ରୀ ହାସଲ କରିଥିଲେ। ସେ ଆମେରିକାର ଜନ୍ସ ହପକିନ୍ସ ହସ୍ପିଟାଲ୍‌ରୁ MPH ଡିଗ୍ରୀ ମଧ୍ୟ ଲାଭ କରିଥିଲେ।

୧୯୫୦ରେ ସୁନ୍ଦରଗଡ଼ ସରକାରୀ ଡାକ୍ତରଖାନାରୁ ତାଙ୍କର ବୃତ୍ତିଗତ ଯାତ୍ରା ଆରମ୍ଭ ହୋଇଥିଲା ଏବଂ ସେ ୧୯୮୬ରେ MKCG ମେଡିକାଲ୍ କଲେଜ, ବ୍ରହ୍ମପୁରରୁ ପ୍ରସୂତି ଏବଂ ସ୍ତ୍ରୀ ରୋଗ ବିଭାଗର ପ୍ରଫେସର ଭାବରେ ଅବସର ନେଇଥିଲେ। ତାଙ୍କୁ ଲେଡି ଏମିନେନ୍ସ ଅଫ୍ ସାଉଥ୍ ଓଡ଼ିଶା, ଭାରତ ଜ୍ୟୋତି ପୁରସ୍କାର, ଇଣ୍ଟରନ୍ୟାସନାଲ୍ ଫ୍ରେଣ୍ଡସିପ୍ ସୋସାଇଟି ସ୍ୱୀକୃତି ଏବଂ ଶ୍ରେଷ୍ଠ ଭାରତୀୟ ନାଗରିକ ପୁରସ୍କାର ସମେତ ଅନେକ ସମ୍ମାନରେ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri