ଭୁବନେଶ୍ୱରରେ ୫୦୦ ଏକର ସରକାରୀ ଜମି ଜବରଦଖଲ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ୱର,୧।୧୨: ଭୁବନେଶ୍ୱରରେ ୫୦୦ ଏକର ସରକାରୀ ଜମି ଧନୀ ତଥା ପ୍ରଭାବଶାଳୀ ବ୍ୟକ୍ତିବିଶେଷଙ୍କ ଦ୍ୱାରା ବେଆଇନ ଭାବେ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି।

ଭୁବନେଶ୍ୱର ମହାନଗର ନିଗମ (BMC) ଅଧୀନରେ ଥିବା ବାପୁଜୀ ନଗର, ଅଶୋକ ନଗର, ଗଙ୍ଗା ନଗର, ସହିଦ ନଗର, ସୂର୍ଯ୍ୟ ନଗର, ବମିଖାଲ, ଝାରପଡ଼ା ଏବଂ ପଟିଆ ଭଳି ପ୍ରମୁଖ ଅଞ୍ଚଳରେ ଏହି ବଡ଼ ଧରଣର ଜବରଦଖଲ ହୋଇଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଏହି ବେଆଇନ କବ୍‌ଜାକୁ ହଟାଇବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ଏବଂ ଉଚ୍ଛେଦ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଖୁବ୍ ଶୀଘ୍ର ଏକ ସ୍ୱତନ୍ତ୍ର କମିଟି ଗଠନ କରାଯିବ। ଚଳିତ ବର୍ଷ ସୁଦ୍ଧା ୭୦ ଏକର ଜବରଦଖଲ ସରକାରୀ ଜମିକୁ ମୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି।

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଏହି ଜବରଦଖଲ ଉପରେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ ପ୍ରଭାବଶାଳୀ ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ। କେତେକ ପ୍ରଭାବଶାଳୀ ବ୍ୟକ୍ତି ସରକାରୀ ଜମିରେ ଘର ତୋଳି ଭଡ଼ାରେ ଲଗାଇଥିବା ମଧ୍ୟ ଜଣାପଡ଼ିଛି।

ମନ୍ତ୍ରୀ କହିଛନ୍ତି ଯେ ଏପରି ଅପରାଧୀଙ୍କୁ ଚିହ୍ନଟ କରିବା ଏବଂ କଠୋର କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଏମ୍‌ସି କମିଶନର, ବିଡିଏ ଓ ମେୟରଙ୍କ ସହିତ ସମନ୍ୱୟ ରକ୍ଷା କରାଯିବ। ସରକାର ରାଜଧାନୀକୁ ଜବରଦଖଲମୁକ୍ତ କରିବା ସହ ଗରିବଙ୍କୁ ଗୃହ ସହାୟତା ଯୋଗାଇ ଦେବା ଉପରେ ଗୁରୁତ୍ୱ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri