ବର୍ଷାରେ ଭିଜିଲା କଟା ଧାନ , ବଢିଲା ଚାଷୀଙ୍କ ଚିନ୍ତା

ବୁଗୁଡ଼ା,୧।୧୨ (କାଳିଚରଣଦାଶ): ପୂର୍ବରୁ ପ୍ରକାଶିତ ପାଣିପାଗ ବିଭାଗର ସୂଚନା ମୁତାବକ ବୁଗୁଡ଼ା ଅଞ୍ଚଳରେ ସୋମବାର ସକାଳୁ ଝିପିଝିପି ବର୍ଷା ସାଙ୍ଗକୁ କୋହଲା ପବନ ଆରମ୍ଭ ହୋଇଯାଇଛି । ରବିବାର ଦିନଠାରୁ ପାଗ ମେଘୁଆ ରହିଥିବା ବେଳେ ସୋମବାର ଝିପିଝିପି ବର୍ଷାରେ ଧାନ ଓ ପରିବା ଫସଲ ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି । ଦିନ ସାରା ଲଗାଣ ବର୍ଷା ଫଳରେ ଅନେକ ଚାଷ ଜମିରେ କଟା ଧାନ ସବୁ ଓଦା ହୋଇଯାଇଥିବା ମଧ୍ୟ ଦେଖିବାକୁ ମିଳିଛି। ଚଳିତ ବର୍ଷ ବର୍ଷାର ଅଭାବରୁ ଚାଷ କାର୍ଯ୍ୟ ବିଳମ୍ବରେ ଆରମ୍ଭ ହୋଇଥିଲା। ତଥାପି ବାଘୁଆ ଜଳଭଣ୍ଡାରରୁ ଜଳ ଯୋଗାଣ ସାଙ୍ଗକୁ ଆବଶ୍ୟକ ବେଳେ ବର୍ଷା ହୋଇଥିବାରୁ ଚଳିତ ବର୍ଷ ଭଲ ଫସଲ ହୋଇଥିଲା । ଏବେ କେତେକ ଚାଷୀ ଧାନ ଫସଲ କାଟି ଖଳାରେ ଜମାକରି ରଖିଛନ୍ତି ଏବଂ ଅନେକ ଚାଷୀ ଧାନକୁ କାଟି ଜମିରେ ରଖିଥିବା ବେଳେ ଏଇ ଝିପିଝିପି ବର୍ଷା ଯୋଗୁଁ ତାହା ଓଦା ହୋଇଯାଇଛି। ବର୍ଷାର ପ୍ରଭାବରେ ଚଳିତ ବର୍ଷ ବୁଗୁଡ଼ା ଅଞ୍ଚଳରେ ହଜାର ହଜାର ହେକ୍ଟର ଜମିରେ ହୋଇଥିବା ଧାନ ଓ ପରିବା ଫସଲ ନଷ୍ଟ ହେବାର ଆଶଙ୍କା ଯୋଗୁ ଚାଷୀ ଚିନ୍ତାରେ ପଡିଥିବା ଜଣାଯାଇଛି । ଅନ୍ୟପକ୍ଷରେ ଦିନସାରା ମେଘୁଆ ପାଗ ସହ ଝିପିଝିପି ବର୍ଷା ହେତୁ ସାଧାରଣ ଜୀବନଯାତ୍ରା ମଧ୍ୟ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri