ଦିଗପହଣ୍ଡି,୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଡିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜନଶୁଣାଣିରେ ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନର କଲ୍ୟାଣୀ ସଂଘମିତ୍ରା ଦେବୀ ,ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ , ସରପଞ୍ଚ ଗାୟତ୍ରୀ ବ୍ରହ୍ମା , ଅତିରିକ୍ତ ବିଡିଓ ଉମେଶ କୁମାର ସେଠୀ , ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ରୋଜାଲିନ ଦଳାଇ ,ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ ଉପସ୍ଥିତ ଥିଲେ। ସେହିପରି ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ପଣ୍ଡା , ଘୋଡାହାଡ ଜଳସେଚନ ସହକାରୀ ଯନ୍ତ୍ରୀ ଇଂ. ଦେବରାଜ ଗୌଡ , କୃଷି ଅଧିକାରୀ କଲ୍ୟାଣୀ ରାଉତ , ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ , ଡ୍ରେନେଜ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ଭଗବାନ ରଥଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ । ଗ୍ରାମର ୨୧ ହିତାଧିକାରୀ ନୂତନ ରାଶନ କାର୍ଡ , ବିଭିନ୍ନ ଭତ୍ତା, ଆବାସିକ ଗୃହ କାର୍ଯ୍ୟାଦେଶ ନିମନ୍ତେ ଆବେଦନ କରିବା ସହ ସମସ୍ୟା କହିଥିଲେ । ବିଭିନ୍ନ ସରକାରୀ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।


