ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ …

ଦିଗପହଣ୍ଡି,୧।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିନ୍ଦୂରପୁର ଗ୍ରାମର ବାପୁନା ନାୟକ ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଦାମୋଦର ନାୟକଙ୍କୁ ସୋମବାର ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଏସ.ଆଇ ଶ୍ରୀନିବାସ ଦାସ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ଥାନା ମାମଲା ନଂ.୫୧୪/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ଶନିବାର ବାପୁନା ତାଙ୍କ ଶ୍ବଶୁର କୃଷ୍ଣ ନାୟକଙ୍କ ସହ ପୋଡ଼ାମାରି ଗ୍ରାମରେ କାମସାରି ଗାଁକୁ ଫେରୁଥିବା ବେଳେ ସିନ୍ଦୂରପୁର ଗାଁ ନିକଟରେ ଦାମୋଦର ଏବଂ ତାଙ୍କ ଭାଇ ସନାତନ ନାୟକ ବାଇକକୁ ଅଟକାଇ ବାପୁନାଙ୍କୁ ମାରଣାସ୍ତ୍ର ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରିଥିଲେ। ଶ୍ବଶୁର ଛଡାଇବା ପାଇଁ ଉଦ୍ୟମ କରିଥିଲେ ମଧ୍ୟ ସେମାନେ ଶୁଣିନଥିଲେ। ଏପରିକି ତାଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିଲା। ବାପୁନାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଚିକିତ୍ସାଧୀନ ଥିବା ଜଣାପଡିଛି। ଗ୍ରାମରେ ଏମଜିଏନଆରଜିଏସ ଯୋଜନାରେ କାମ ଚାଲିଥିବା ବେଳେ ନିମ୍ନମାନର କାମ ନେଇ ବାପୁନା ଅଭିଯୋଗ କରି ଆସୁଥିଲେ। ଏନେଇ ପୂର୍ବରୁ ମଧ୍ୟ ଉଭୟ ପକ୍ଷଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ସନାତନ ଭାଜପା ମଣ୍ଡଳ ସଭାପତି ଥିବା ବେଳେ ବାପୁନା ବିଜେଡି ସମର୍ଥକ ଅଟନ୍ତି। ଉଭୟଙ୍କ ମଧ୍ୟରେ ରାଜନୈତିକ ତିକ୍ତତା ଲାଗି ରହିଥିଲା। ଘଟଣାଦିନ ସନାତନ ଓ ଦାମୋଦର ଦୁଇ ଭାଇ ପୂର୍ବଯୋଜନା ପ୍ରକାରେ ବାପୁନାଙ୍କୁ ହତ୍ୟା ଉଦ୍ୟମ କରିଥିବା ନେଇ ତାଙ୍କ ସ୍ତ୍ରୀ ଜ୍ୟୋସ୍ନା ନାୟକ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଅଭିଯୁକ୍ତ ଦୁଇ ଭାଇଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri