ମେରୁଦଣ୍ଡ, ପିଠିରେ ମାଂସ ବଢିବା ଯୋଗୁ ଚାଲିପାରୁନାହାନ୍ତି ୧୩ ବର୍ଷର ବାଳକ: ସହାୟତା ଯୋଗାଇଲେ ଜିଲାପାଳ

ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ପିଠି ଏବଂ ମେରୁଦଣ୍ଡରେ ମାଂସ ବଢୁଥିବା କାରଣରୁ ୧୩ବର୍ଷର ଚନ୍ଦନ କିଲାକା ଦିବ୍ୟାଙ୍ଗ ପାଲଟିଯାଇଛନ୍ତି। ସଠିକ୍‌ରେ ଚାଲିପାରୁନାହାନ୍ତି। ଫଳରେ ବାପା ଚନ୍ଦନଙ୍କୁ ବୋହି ନେବା ଆଣିବା କରନ୍ତି । ତେବେ ଗତ ଦିନରେ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ପୁଅର ଚିକିତ୍ସା ପାଇଁ ଡାକ୍ତରଙ୍କୁ ଦେଖାଇଥିଲେ । ଡାକ୍ତର ସମୟ ଦେଇଛନ୍ତି । ଡିସେମ୍ବରରେ ଭୁବନେଶ୍ୱରରେ ଏମ୍ସ ହସ୍ପିଟାଲରେ ପୁଅକୁ ଚିକିତ୍ସା କରାଇବେ । ହେଲେ ଆର୍ଥିକ ଅନଟନ କାରଣରୁ ଗରିବ ବାପା ଏନେଇ ଆର୍ଥିକ ସହାୟତା ପାଇଁ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ । ରାୟଗଡା ସଦର ବ୍ଲକ ବୈରାଗିହାଲୁଆ ପଂଚାୟତର ବ୍ରାହ୍ମଣହାଲୁଆ ଗାଁର ତୁମନାଥ କିଲାକା ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣିରେ ପୁଅକୁ ନେଇ ସହାୟତା ପାଇଁ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ପାଇବା ପରେ ସିଡିଏମଓ ଭି.ସରୋଜିନୀ ଦେବୀ ଏନେଇ ଜିଲାପାଳ କୁଲକର୍ଣ୍ଣିଙ୍କୁ ଅବଗତ କରାଇଥିଲେ। ଏହାପରେ ଜିଲାପାଳ କୁଲକର୍ଣ୍ଣି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୧୦ହଜାର ଟଙ୍କାର ସହାୟତା ଦେଇଥିଲେ । ଆଗାମୀ ଦିନରେ ଜିଲା ପ୍ରଶାସନ ଚିକିତ୍ସା ପାଇଁ ସମସ୍ତ ସହାୟତା ଯୋଗାଇବେ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଥିବା ରାୟଗଡା ଭିନ୍ନକ୍ଷମ ମହାସଂଘ ସମ୍ପାଦକ ଅମର ନାଥ କହିଛନ୍ତି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri