ଭିଜିଲା ଧାନ: ୯୨ ମଣ୍ଡିରେ ପଡ଼ିଛି ୮୧୦୭ ପ୍ୟାକେଟ ଧାନ

ପଦ୍ମପୁର,୨।୧୨  (ପ୍ରଦୀପ୍ତ ଦାଶ) :ପଦ୍ମପୁର ଉପଖଣ୍ଡରେ ଗତ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ସୋମବାର ୪ ଦିନ ବିତି ଯାଇଛି। ସୋମବାର ଭୋରରୁ ବର୍ଷା ହୋଇଛି। ଫଳରେ ଅନେକ ସ୍ଥାନରେ କ୍ଷେତ, ଖଳାରେ ପଡ଼ିଥିବା ଅମଳ ଧାନ ଭିଜିଯାଇଛି। ଏହା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ହେଲେ ପଦ୍ମପୁର ଉପଖଣ୍ଡର ୬ବ୍ଲକରେ ଏପର୍ଯ୍ୟନ୍ତ ଧାନ କିଣାବିକା ସ୍ବାଭାବିକ ହୋଇପାରିନାହିଁ। କିଛି ଚାଷୀଙ୍କ ଟୋକନ ଆସିଥିବା ବେଳେ ସେମାନେ ମଣ୍ଡିକୁ ଧାନ ଧରି ଆଣିଛନ୍ତି। ବିକ୍ରି ଆଶା ନେଇ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମଣ୍ଡିରେ ଭୋକ ଉପାସରେ ରହୁଛନ୍ତି। କିନ୍ତୁ ଧାନ ବିକ୍ରି ହେଉ ନାହିଁ ଏବଂ ଶେଷରେ ଚାଷୀଙ୍କୁ ନିରାଶରେ ଘରକୁ ଫେରିବାକୁ ପଡୁଛି। ପଦ୍ମପୁର ଉପଖଣ୍ଡର ୯୨ ମଣ୍ଡିରେ ୮୧୦୭ ପ୍ୟାକେଟ ଧାନ ପଡିଥିବା ନେଇ ଆର୍‌ଏମ୍‌ସି ସମ୍ପାଦକ ରବି ନାରାୟଣ ପଣ୍ଡା ସୂଚନା ଦେଇଥିବା ବେଳେ ଏ ଯାଏ ବସ୍ତାଏ ଧାନ ଉଠି ନାହିଁ।
ଅନ୍ୟପଟେ ରବିବାର ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଅଲ ଓଡ଼ିଶା ମିଲର୍ସ ଆସୋସିଏଶନର ଏକ ବୈଠକ ବସିଥିଲା। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ମିଲର୍ସମାନେ ମଣ୍ଡିରୁ ଧାନ ଉଠାଇବେ ନାହିଁ ବୋଲି ବୈଠକରେ ନିଷ୍ପତ୍ତି ନେଇଛନ୍ତି। ଏଭଳି ସ୍ଥିତିରେ ଜିଲା ପ୍ରଶାସନ ଅସହାୟ ହୋଇପଡ଼ିଥିବା ବେଳେ ସ୍ଥାନୀୟ ଜନ ପ୍ରତିନିଧିଙ୍କ ନୀରବତା ସବୁଆଡ଼େ ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ଜିଲାବ୍ୟାପୀ ଚାଷୀ ମହଲରେ ଚାପା ଅସନ୍ତୋଷ ଲାଗି ରହିଥିବାବେଳେ ଭବିଷ୍ୟତରେ ଏକ ବଡ଼ ଚାଷୀ ଆନ୍ଦୋଳନ ମୁଣ୍ଡ ଟେକିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri