ଅତାବିରା ଆର୍‌ଏମ୍‌ସିରେ ଅଚଳାବସ୍ଥା ଜାରି: ପଞ୍ଚମ ଦିନରେ ଉଠାଣ ଶୂନ

ଅତାବିରା, ୩ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ଗୋଡ଼ଭଗା ଓ ଅତାବିରା ମଣ୍ଡିରୁ କେବଳ ୧୫୦ କୁଇଣ୍ଟାଲ ଅର୍ଥାତ ୩୫୩ ପ୍ୟାକେଟ ଧାନ ଉଠାଯାଇଛି। ବର୍ତ୍ତମାନ ସୁଦ୍ଧା ଅତାବିରା ଆର୍‌ଏମ୍‌ସି ଅଧୀନରେ ଅତାବିରା ବ୍ଲକର ବିଭିନ୍ନ ମଣ୍ଡିରେ ସରକାରୀ ଟୋକନ ଥିବା ଚାଷୀଙ୍କ ୪୬୬୨୩ ହଜାର ପ୍ୟାକେଟ ପଡ଼ିଥିବା ବେଳେ ବେସରକାରୀ ଭାବେ ଲକ୍ଷାଧିକ ପ୍ୟାକେଟ ଧାନ ଖୋଲା ଆକାଶ ତଳେ ପଡ଼ି ରହିଛି l ନାନା ଆଳ ଦେଖାଇ ଧାନକିଣାକୁ ବିଳମ୍ବିତ କରାଯାଉଥିବାରୁ ଭିନ୍ନ ଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖିବାକୁ ମିଳିଛି।
ଅନ୍ୟପଟେ ଚଳିତ ବର୍ଷ କେନ୍ଦ୍ରସରକାର ଏମ୍‌ଏସ୍‌ପି ଉପରେ ୬୯ ଟଙ୍କା ବୃଦ୍ଧି କରିଛନ୍ତି l ଯାହାକି ଧାନର ସହାୟକ ମୂଲ୍ୟ ୨୩୬୯ ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ଦିଆ ଯାଇଥିବା ୮୦୦ଟଙ୍କା ବୋନସକୁ ମିଶାଇଲେ ଚାଷୀ ତାର ପ୍ରାପ୍ୟ କୁଇଣ୍ଟଲ ପିଛା ୩୧୬୯ ଟଙ୍କା ପାଇବା କଥା। କିନ୍ତୁ ବର୍ତ୍ତମାନ ସରକାର କହିଛନ୍ତି ଚାଷୀ କେବଳ ୩୧୦୦ ଟଙ୍କା ହିଁ ପାଇବ। ତେବେ ବର୍ଦ୍ଧିତ ଏମ୍‌ଏସ୍‌ପି ଗଲା କୁଆଡେ ବୋଲି ଚାଷୀ ପ୍ରଶ୍ନ କରିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

ୟୁକ୍ରେନ ସହିତ ଶେଷ ହେବ ଯୁଦ୍ଧ: ମୋଦିଙ୍କ ସହ ବୈଠକରେ ବଡ଼ ସଙ୍କେତ ଦେଲେ ପୁଟିନ, କହିଲେ…

ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri