ରୁଫ୍‌ଟପ୍‌ ସୋଲାର ସିଷ୍ଟମ ପାଇଁ ଗ୍ରାମପଞ୍ଚାୟତକୁ ପ୍ରୋତ୍ସାହନ ରାଶି

ଭୁବନେଶ୍ୱର,୩।୧୨,(ଅନୁରାଧା ମହାରଣା): ଟାଟା ପାୱାର ଏବଂ ରାଜ୍ୟ ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏହାର ବ୍ୟବସାୟିକ ସହଯୋଗୀମାନଙ୍କ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ୟୁଟିଲିଟି ଲେଡ୍‌ ଏଗ୍ରିଗେଶନ (ୟୁଏଲ୍‌ଏ) ମଡେଲ ଅଧୀନରେ ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜିଲି ଯୋଜନା ବିଷୟରେ ବ୍ୟବସାୟିକ ସହଯୋଗୀମାନଙ୍କୁ ଅବଗତ କରାଯାଇଥିଲା। ଟିପିସିଓଡିଏଲ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅରବିନ୍ଦ ସିଂହ ପଞ୍ଜୀକରଣ ପ୍ରକ୍ରିୟା, ସ୍ଥାପନ ପ୍ରଣାଳୀ ଏବଂ କେନ୍ଦ୍ର ସରକାରଙ୍କ ନବୀନ ଏବଂ ନବୀକରଣୀୟ ଶକ୍ତି ମନ୍ତ୍ରଣାଳୟ (ଏମ୍‌ଏନ୍‌ଆର୍‌ଇ) ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ମିଳୁଥିବା ସବ୍‌ସିଡି ସହାୟତା ବିଷୟରେ ଆଲୋକପାତ କରିଥିଲେ। ଯୋଜନାର ନିୟମାବଳୀ ଅନୁଯାୟୀ, ପ୍ରତ୍ୟେକ ଗ୍ରାମପଞ୍ଚାୟତ ନିଜ ଅଞ୍ଚଳରେ ସ୍ଥାପିତ ହେଉଥିବା ପ୍ରତି ରୁଫ୍‌ଟପ୍‌ ସିଷ୍ଟମ ପାଇଁ ୧୦୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବାକୁ ହକ୍‌ଦାର ହେବେ।
ଏହି ଅଧିବେଶନରେ ୟୁଏଲ୍‌ଏ ମଡେଲ କିପରି ରୁଫ୍‌ଟପ୍‌ ସୋଲାର ବ୍ୟବହାର ପ୍ରକ୍ରିୟାକୁ ସରଳ ଓ ସୁଗମ କରିଥାଏ ଏବଂ ଉପଭୋକ୍ତାମାନଙ୍କୁ ସହଜରେ ସ୍ବଚ୍ଛ, ଶସ୍ତା ଓ ଭରସାଯୋଗ୍ୟ ଶକ୍ତି ଯୋଗାଇବାରେ ସହାୟକ ହୁଏ, ସେ ସମ୍ପର୍କରେ ଆଲୋକପାତ କରାଯାଇଥିଲା। ଘରୋଇ ଉପଭୋକ୍ତାମାନଙ୍କୁ ଏଥିରେ ସାମିଲ କରିବା ନିମନ୍ତେ ବ୍ୟବସାୟିକ ସହଯୋଗୀମାନଙ୍କୁ ଏହି ଯୋଜନାର ଉଭୟ ଆର୍ଥିକ ଓ ପରିବେଶଗତ ଲାଭ ସମ୍ପର୍କରେ ବିସ୍ତୃତ ଭାବେ ଅବଗତ କରାଯାଇଥିଲା।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri